Posted inଖେଳ

ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ, ୮ା୬: ଆଫଗାନିସ୍ତାନ ଦଳ ବିସ୍ଫୋରକ ଢଙ୍ଗରେ ଏହାର ଟି-୨୦ ବିଶ୍ୱକପ ୨୦୨୪ ଅଭିଯାନ ଆରମ୍ଭ କରିଛି।  ପ୍ରଥମ ମ୍ୟାଚରେ ଉଗାଣ୍ଡାକୁ ହରାଇ ଦଳ ବଡ ବିଜୟ ହାସଲ କରିଥିଲା। କିନ୍ତୁ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଉପରେ ଏକ ଧମାକାଦାର ବିଜୟ ସହ ଇତିହାସ ସୃଷ୍ଟି କରି ଦଳ କ୍ରିକେଟ୍‌ ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଛି। ଆଫଗାନିସ୍ତାନ ଟି-୨୦ କ୍ରିକେଟରେ ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି। କେବଳ ଏତିକି ନୁହେଁ, ଟି-୨୦ ବିଶ୍ୱକପରେ ଏହି ଦଳକୁ ସବୁଠୁ ବଡ଼ ପରାଜୟ ଦେବା ଦଳ ହୋଇପାରିଛି।

ଗୁଏନାରେ ଖେଳାଯାଇଥିବା ମ୍ୟାଚରେ ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ ହରାଇ ୧୫୯ ରନ ସଂଗ୍ରହ କରିଥିଲା। ଆଫଗାନିସ୍ତାନ ପାଇଁ ଉଭୟ ଓପନର୍‌ ରହମାନୁଲ୍ଲା ଗୁରୁବାଜ ପୁଣିଥରେ ଜବରଦସ୍ତ ଇନିଂସ ଖେଳିଥିଲେ। ଗୁରୁବାଜ ୮୦ ରନ ସଂଗ୍ରହ କରି ଜାଦ୍‌ରାନଙ୍କ ସହ ୧୦୩ ରନର ଭାଗିଦାରୀ ଖେଲିଥିଲେ। ଓପନିଂ ଯୋଡିଙ୍କ ଧମାକାଦାର ଶତକୀୟ ସହଭାଗିତା ଯୋଗୁଁ ଆଫଗାନିସ୍ତାନ ନ୍ୟୁଜିଲାଣ୍ଡକୁ ୧୬୦ ରନ୍‌ର ଟାର୍ଗେଟ ଦେଇଥିଲା। କିନ୍ତୁ କିୱି ଦଳ ମାତ୍ର ୭୫ ରନ କରି ଆଉଟ ହୋଇଯାଇଥିଲା।
ଆଫଗାନିସ୍ତାନର ବୋଲିଂ ସାମ୍ନାରେ ନ୍ୟୁଜିଲାଣ୍ଡର ବ୍ୟାଟ୍ସମ୍ୟାନଙ୍କ ଅବସ୍ଥା ଏତେ ଖରାପ ହୋଇଯାଇଥିଲା ଯେ ସେମାନେ ସମ୍ପୂର୍ଣ୍ଣ ୨୦ ଓଭର ମଧ୍ୟ ଖେଳି ପାରିନଥିଲେ। ମାତ୍ର ୧୫.୨ ଓଭରରେ ଦଳ ସମସ୍ତ ୱିକେଟ୍‌ ହରାଇ ପାଭିଲିଅନ୍‌ ଫେରିଥିଲା।

ଆଫଗାନିସ୍ତାନ ବିପକ୍ଷରେ ନ୍ୟୁଜିଲାଣ୍ଡକୁ ୮୪ ରନ୍‌ର ବ୍ୟବଧାନରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଟି-୨୦ ବିଶ୍ୱକପ ଇତିହାସରେ ଏପର୍ଯ୍ୟନ୍ତ ଏହା ହେଉଛି ସବୁଠାରୁ ବଡ ରନ୍‌ ବ୍ୟବଧାନର ପରାଜୟ । ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ୍‌ ମାନଙ୍କୁ ରସିଦ ଖାନ୍‌ ଭାରି ପଡ଼ିଥିଲେ। ରସିଦ୍‌ଙ୍କ ବଲ୍‌କୁ ସମ୍ନା କରିନପାରି ଦଳ ସମସ୍ତ ୱିକେଟ୍‌ ହରାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri