Posted inଖେଳ

ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ, ୮ା୬: ଆଫଗାନିସ୍ତାନ ଦଳ ବିସ୍ଫୋରକ ଢଙ୍ଗରେ ଏହାର ଟି-୨୦ ବିଶ୍ୱକପ ୨୦୨୪ ଅଭିଯାନ ଆରମ୍ଭ କରିଛି।  ପ୍ରଥମ ମ୍ୟାଚରେ ଉଗାଣ୍ଡାକୁ ହରାଇ ଦଳ ବଡ ବିଜୟ ହାସଲ କରିଥିଲା। କିନ୍ତୁ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଉପରେ ଏକ ଧମାକାଦାର ବିଜୟ ସହ ଇତିହାସ ସୃଷ୍ଟି କରି ଦଳ କ୍ରିକେଟ୍‌ ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଛି। ଆଫଗାନିସ୍ତାନ ଟି-୨୦ କ୍ରିକେଟରେ ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି। କେବଳ ଏତିକି ନୁହେଁ, ଟି-୨୦ ବିଶ୍ୱକପରେ ଏହି ଦଳକୁ ସବୁଠୁ ବଡ଼ ପରାଜୟ ଦେବା ଦଳ ହୋଇପାରିଛି।

ଗୁଏନାରେ ଖେଳାଯାଇଥିବା ମ୍ୟାଚରେ ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ ହରାଇ ୧୫୯ ରନ ସଂଗ୍ରହ କରିଥିଲା। ଆଫଗାନିସ୍ତାନ ପାଇଁ ଉଭୟ ଓପନର୍‌ ରହମାନୁଲ୍ଲା ଗୁରୁବାଜ ପୁଣିଥରେ ଜବରଦସ୍ତ ଇନିଂସ ଖେଳିଥିଲେ। ଗୁରୁବାଜ ୮୦ ରନ ସଂଗ୍ରହ କରି ଜାଦ୍‌ରାନଙ୍କ ସହ ୧୦୩ ରନର ଭାଗିଦାରୀ ଖେଲିଥିଲେ। ଓପନିଂ ଯୋଡିଙ୍କ ଧମାକାଦାର ଶତକୀୟ ସହଭାଗିତା ଯୋଗୁଁ ଆଫଗାନିସ୍ତାନ ନ୍ୟୁଜିଲାଣ୍ଡକୁ ୧୬୦ ରନ୍‌ର ଟାର୍ଗେଟ ଦେଇଥିଲା। କିନ୍ତୁ କିୱି ଦଳ ମାତ୍ର ୭୫ ରନ କରି ଆଉଟ ହୋଇଯାଇଥିଲା।
ଆଫଗାନିସ୍ତାନର ବୋଲିଂ ସାମ୍ନାରେ ନ୍ୟୁଜିଲାଣ୍ଡର ବ୍ୟାଟ୍ସମ୍ୟାନଙ୍କ ଅବସ୍ଥା ଏତେ ଖରାପ ହୋଇଯାଇଥିଲା ଯେ ସେମାନେ ସମ୍ପୂର୍ଣ୍ଣ ୨୦ ଓଭର ମଧ୍ୟ ଖେଳି ପାରିନଥିଲେ। ମାତ୍ର ୧୫.୨ ଓଭରରେ ଦଳ ସମସ୍ତ ୱିକେଟ୍‌ ହରାଇ ପାଭିଲିଅନ୍‌ ଫେରିଥିଲା।

ଆଫଗାନିସ୍ତାନ ବିପକ୍ଷରେ ନ୍ୟୁଜିଲାଣ୍ଡକୁ ୮୪ ରନ୍‌ର ବ୍ୟବଧାନରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଟି-୨୦ ବିଶ୍ୱକପ ଇତିହାସରେ ଏପର୍ଯ୍ୟନ୍ତ ଏହା ହେଉଛି ସବୁଠାରୁ ବଡ ରନ୍‌ ବ୍ୟବଧାନର ପରାଜୟ । ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ୍‌ ମାନଙ୍କୁ ରସିଦ ଖାନ୍‌ ଭାରି ପଡ଼ିଥିଲେ। ରସିଦ୍‌ଙ୍କ ବଲ୍‌କୁ ସମ୍ନା କରିନପାରି ଦଳ ସମସ୍ତ ୱିକେଟ୍‌ ହରାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?