Posted inଖେଳ

ଧୋନିଙ୍କ ଠାରୁ ବିଶେଷ ଉପହାର ପାଇଲେ ଗୁରବାଜ, ଟୁଇଟ୍‌ କରି ଦେଲେ ଧନ୍ୟବାଦ

ନୂଆଦିଲ୍ଲୀ,୨୧।୬: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୬ ତମ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ସର୍ବାଧିକ ଚର୍ଚ୍ଚା ଦେଖିବାକୁ ମିଳିଛି। ଏହା ପଛର କାରଣ ହେଉଛି ଅନେକ ପ୍ରଶଂସକ ବିଶ୍ୱାସ କରୁଥିଲେ ଯେ ଏହା ଧୋନିଙ୍କର ଶେଷ ସିଜନ ହୋଇପାରେ। ଏହି କାରଣରୁ ଅନେକ ଖେଳାଳି ମ୍ୟାଚ ପରେ ଧୋନିଙ୍କ ସହ ସେଲଫି ନେଉଥିବାର କିମ୍ବା ଜର୍ସିରେ ତାଙ୍କ ଅଟୋଗ୍ରାଫ ନେଇଥିବାର ନଜର ଆସିଥିଲେ। ବର୍ତ୍ତମାନ ଏହି ସମୟରେ ଆଫଗାନିସ୍ତାନର ଉଇକେଟକିପର ବ୍ୟାଟ୍ସମ୍ୟାନ ରହମାନୁଲ୍ଲା ଗୁରବାଜ ମଧ୍ୟ ଧୋନିଙ୍କଠାରୁ ଏକ ବିଶେଷ ଉପହାର ଗ୍ରହଣ କରିଛନ୍ତି।

ଆଫଗାନିସ୍ତାନ ଖେଳାଳି ରହମାନୁଲ୍ଲା ଗୁରବାଜ ଚଳିତ ସିଜନରେ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ଦଳରୁ ଆଇପିଏଲରେ ଡେବ୍ୟୁ କରିବାକୁ ପାଇଛନ୍ତି। ସୋସିଆଲ ମିଡିଆରେ ପ୍ରସ୍ତୁତ ଏକ ପୋଷ୍ଟରେ ଗୁରବାଜ ଚେନ୍ନାଇ ସୁପର କିଙ୍ଗ୍ସର ଜର୍ସି ଧରିଛନ୍ତି, ଯେଉଁଥିରେ ଧୋନିଙ୍କ ଅଟୋଗ୍ରାଫ ସ୍ପଷ୍ଟ ଦେଖାଯାଉଛି। ରହମାନୁଲ୍ଲା ଗୁରବାଜ ସୋସିଆଲ ମିଡିଆରେ ଏକ ପୋଷ୍ଟରେ ତାଙ୍କ ଚେନ୍ନାଇ ଟିମ ଜର୍ସି ସହିତ ଫଟୋ ଟୁଇଟ୍‌ କରି ସେ ଲେଖିଛନ୍ତି ଯେ ଭାରତରୁ ଏହି ଚମତ୍କାର ଉପହାର ପଠାଇଥିବାରୁ ମହୀ ସାରଙ୍କୁ ଧନ୍ୟବାଦ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri