Posted inଜାତୀୟ

ନୂଆଦିଲ୍ଲୀରେ ଥିବା ଆଫଗାନିସ୍ତାନ ଦୂତାବାସ ସବୁଦିନ ପାଇଁ ବନ୍ଦ

କାବୁଲ/ନୂଆଦିଲ୍ଲୀ,୨୪।୧୧: ନୂଆଦିଲ୍ଲୀରେ ଥିବା ଆଫଗାନିସ୍ତାନ ଦୂତାବାସ ସବୁଦିନ ପାଇଁ ବନ୍ଦ କରି ଦିଆଯାଇଛି। ଏନେଇ ଆଫଗାନିସ୍ତାନ କୂଟନୈତିକ ମିଶନ ପକ୍ଷରୁ ସୂଚନା ଦିଆଯାଇଛି। କୁହାଯାଇଛି ଯେ ନୂଆଦିଲ୍ଲୀରେ ଦୂତାବାସ ବନ୍ଦ କରିବାକୁ ସେମାନଙ୍କର ନିଷ୍ପତ୍ତି ନଭେମ୍ବର ୨୩, ୨୦୨୩ରୁ କାର୍ଯ୍ୟକାରୀ ହେବ। ଭାରତ ସରକାରଙ୍କ ନିରନ୍ତର ଆହ୍ବାନର ସମ୍ମୁଖୀନ ହେବାପରେ ଆଫଗାନିସ୍ତାନ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି।
ନୂଆଦିଲ୍ଲୀରେ ଆଫଗାନିସ୍ତାନ ଦୂତାବାସର କାର୍ଯ୍ୟ ୩୦ ସେପ୍ଟେମ୍ବରରୁ ବନ୍ଦ ରହିଛି। ଆଫଗାନିସ୍ତାନ ସରକାର ଏହାର ବିବୃତ୍ତିରେ କହିଛନ୍ତି ଯେ ସେମାନେ ଭାରତ ସରକାରଙ୍କ ସହଯୋଗ ପାଇପାରିବେ ନାହିଁ, ଆଠ ସପ୍ତାହ ଅପେକ୍ଷା କରିବା ପରେ ସେମାନେ ନୂଆଦିଲ୍ଲୀରେ ଆଫଗାନିସ୍ତାନର ଦୂତାବାସ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭିଏନା କନଭେନସନ ୧୯୬୧ ଅନୁଯାୟୀ, ଆଫଗାନିସ୍ତାନ ଦୂତାବାସର ସମ୍ପତ୍ତି, ବ୍ୟାଙ୍କ ଆକାଉଣ୍ଟ, ଯାନବାହନ ଏବଂ ଅନ୍ୟାନ୍ୟ ସମ୍ପତ୍ତିର ଜଗିବା ପାଇଁ ଭାରତ ସରକାରଙ୍କ ତରଫରୁ ଦାବି କରାଯାଇଛି। ମିଶନ୍‌ର ବ୍ୟାଙ୍କ ଆକାଉଣ୍ଟରେ ରଖାଯାଇଥିବା ପ୍ରାୟ ପାଞ୍ଚ ଲକ୍ଷ ଡଲାରର ଆଫଗାନିସ୍ତାନ ମଧ୍ୟ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାଞ୍ଚାଇଜର ବଡ଼ ଘୋଷଣା: ଆଇପିଏଲ୍‌ରେ ଉପଲବ୍ଧ ରହିବେ ଧୋନୀ

ଅହମଦାବାଦ,୨୨ା୨: ପ୍ରତ୍ୟେକ ଥର ଭଳି ଏଥର ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ପୂର୍ବରୁ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନାହିଁ,…

ବିବାହ ଦିନ ଜୀବନ ହାରିଲେ ୨ ଭଉଣୀ

ଯୋଧପୁର,୨୨ା୨: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ମନାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୨ ଝିଅଙ୍କ ବିବାହ ଉତ୍ସବ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ…

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର  ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି।…

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri