Posted inଖେଳ

ପାକିସ୍ତାନଠାରୁ ହାରିବା ପରେ ଆଫଗାନିସ୍ତାନ ପ୍ରଶଂସକ ପିଟିଲେ ପାକ୍ ଦର୍ଶକଙ୍କୁ : ଭିଡିଓ ଭାଇରାଲ

କାବୁଲ, ୮ ।୯: ଏସିଆ କପରେ ବୁଧବାର ହୋଇଥିବା ପାକିସ୍ତାନ-ଆଫଗାନିସ୍ତାନ ମ୍ୟାଚ ପରେ ଷ୍ଟାଡିୟମରେ ହଙ୍ଗାମା ହୋଇଛି । ପାକିସ୍ତାନଠାରୁ ରୋମାଞ୍ଚକର ପରାଜୟ ପରେ ଆଫଗାନିସ୍ତାନ ପ୍ରଶଂସକମାନେ ଏତେ ପରିମାଣରେ ରାଗି ଯାଇଥିଲେ କି ଷ୍ଟାଡିୟମରେ ଭଙ୍ଗାରୁଜା ଆରମ୍ଭ କରି ଦେଇଥିଲେ । ଏହାସହ ଆଫଗାନି ପ୍ରଶଂସକମାନେ ପାକିସ୍ତାନ ଦର୍ଶକଙ୍କୁ ଚୌକି ଉଠାଇ ପିଟିଥିଲେ । ଆଫଗାନିସ୍ତାନ ଓ ପାକିସ୍ତାନ ଦର୍ଶକଙ୍କ ମଧ୍ୟରେ ମାଡପିଟ ହୋଇଥିବା ମଧ୍ୟ ଜଣାପଡିଛି ।

ଶାରଜାହା କ୍ରିକେଟ ଷ୍ଟାଡିୟମରେ ହୋଇଥିବା ଏହି ଗୋଟିଏ ସମୟରେ ମ୍ୟାଚରେ ଆଫଗାନିସ୍ତାନ ବିଜୟର ନିକଟତର ହୋଇଥିବା ଦେଖାଯାଇଥିଲା । ପାକିସ୍ତାନକୁ ଶେଷ ଓଭରରେ ବିଜୟ ପାଇଁ ୧୧ ରନ କରିବାର ଥିଲା । ହେଲେ ପାକିସ୍ତାନ ପାଖରେ ଥିଲା ମାତ୍ର ଗୋଟିଏ ୱିକେଟ । ଏତିକି ବେଳେ ନସିମ ଶାହ ୨ଟି ବଲରେ ୨ଟି ଛକା ମାରି ପାକିସ୍ତାନକୁ ଜିତାଇ ଦେଇଥିଲେ । ଏହାସହ ଆଫଗାନିସ୍ତାନ ଏସିଆ କପ ୨୦୨୨ର ଫାଇନାଲରେ ପ୍ରବେଶ କରିଥିଲା । ବାସ ଏହାପରେ ଷ୍ଟାଡିମୟରେ ଦେଖିବାକୁ ମିଳିଥିଲା ଆଫଗାନ ପ୍ରଶଂସକଙ୍କ ରାଗ । ଷ୍ଟାଡିୟମର ଚୌକି ଭାଙ୍ଗିବା ସହ ଏମାନେ ପାକିସ୍ତାନ ପ୍ରଶଂସକ ତଥା ଦର୍ଶକଙ୍କୁ ପିଟିବା ଆରମ୍ଭ କରିଥିଲେ । ଯାହାର ଭିଡିଓ ଏବେ ଭାଇରାଲ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri