ଆଫଗାନିସ୍ତାନ ଖାଦ୍ୟ ସଙ୍କଟ, ଚାଷୀଙ୍କୁ ୧୫ କୋଟି ଡଲାର ସହାୟତା ହେବ ବିଶ୍ୱବ୍ୟାଙ୍କ …

ଓ୍ବାଶିଂଟନ, ୧୬।୬ : ରୁଷିଆ-ୟୁକ୍ରେନ ଯୁଦ୍ଧ ଯୋଗୁ ଖାଦ୍ୟ ସଙ୍କଟ ଦେଇ ଗତି କରୁଥିବା ଆଫଗାନିସ୍ତାନକୁ ବିଶ୍ୱ ବ୍ୟାଙ୍କ ସହାୟତାର ହାତ ବଢ଼ାଇଛି। ଏହା ଆଫଗାନିସ୍ତାନର ଚାଷୀମାନଙ୍କୁ ୧୫ କୋଟି ଡଲାରର ସହାୟତା ପ୍ରଦାନ କରିବ ବୋଲି ଘୋଷଣା କରିଛି।

ଆଫଗାନିସ୍ତାନର ଖାଦ୍ୟ ନିରାପତ୍ତା ସମ୍ପର୍କରେ ମିଳିତ ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (ଏଫଏଓ) ଅନୁଯାୟୀ, ଚାଷୀମାନଙ୍କୁ ସେମାନଙ୍କର କୃଷି ଉତ୍ପାଦନ ବୃଦ୍ଧି ଏବଂ ଅସୁରକ୍ଷିତ ସ୍ଥିତିରୁ ମୁକୁଳିବା ପାଇଁ ଏହି ସହାୟତା ଯୋଗାଇ ଦିଆଯାଇଛି। ଦେଶରେ ବ୍ୟାପକ ମାନବିକ ସଙ୍କଟ ଦେଖାଦେଇଛି ବୋଲି ଏଫଏଓ ରିପୋର୍ଟ କରିଛି।

ଅନ୍ତର୍ଜାତୀୟ ଚାପ ଯୋଗୁ ଆଫଗାନିସ୍ତାନରେ ଦେଖାଦେଇଥିବା ଅତ୍ୟଧିକ ଖାଦ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଶ୍ୱ ବ୍ୟାଙ୍କ ଏହି ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛି। ଖାମା ପ୍ରେସ ଅନୁଯାୟୀ, ଏହି ସହାୟତା କେତେକ କିସ୍ତିରେ ଗ୍ରହଣ କରାଯିବ। ଦ୍ୱିତୀୟ କିସ୍ତିି ସହିତ ବିଶ୍ୱବ୍ୟାଙ୍କ ଆସନ୍ତା ୨୪ ମାସ ମଧ୍ୟରେ ୪.୫ କୋଟି ଡଲାର ଯୋଗାଇଦେବ। ଏଫଏଓ ମହାନିର୍ଦ୍ଦେଶକ କ୍ୱ ଡୋଙ୍ଗି କହିଛନ୍ତି ଯେ ଏହି ଉଦାର ଏବଂ ସମୟାନୁବର୍ତ୍ତୀ ସହାୟତା ପାଇଁ ବିଶ୍ୱବ୍ୟାଙ୍କ ଏହାର ସଦସ୍ୟମାନଙ୍କୁ କୃତଜ୍ଞତା ଜଣାଉଛି।

ଅଗଷ୍ଟ ୨୦୨୧ ରେ ତାଲିବାନ କ୍ଷମତାକୁ ଫେରିବା ପରେ ଆଫଗାନିସ୍ତାନ ଏକ ଆର୍ଥିକ ସଙ୍କଟରେ ପଡିଛି। ସେଠାରେ ଥିବା ମାନବିକ ଅଧିକାରର ଅବସ୍ଥା ମଧ୍ୟ ଦୁଃଖଦାୟକ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ ଆଫଗାନିସ୍ତାନ ପୁନର୍ନିମାଣ ଟ୍ରଷ୍ଟ ପାଣ୍ଠି ଏବଂ ବିଶ୍ୱବ୍ୟାଙ୍କ ପରିଚାଳନା କମିଟି ୯୭.୩ କୋଟି ଡଲାର ସହାୟତା ଅସହାୟ ଲୋକଙ୍କୁ ତୁରନ୍ତ ପ୍ରଦାନ କରିବା ଲାଗି ଏକ ପ୍ରକଳ୍ପ ଅନ୍ତର୍ଗତ ମଞ୍ଜୁର କରିଛି। ଏହି ସହାୟତା ସ୍ବାସ୍ଥ୍ୟ ସେବା ସହିତ ଅନ୍ୟାନ୍ୟ ଉପଯୋଗୀ କାର୍ଯ୍ୟ ଲାଗି ଉଦ୍ଦିଷ୍ଟ ବୋଲି ବିଶ୍ୱ ବ୍ୟାଙ୍କ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri