Posted inଜାତୀୟ

ଆଫଗାନିସ୍ତାନ ପ୍ରସଙ୍ଗ-ଆତଙ୍କବାଦ ବିରୋଧରେ ଲଢ଼େଇ ଏସସିଓର ମୁଖ୍ୟ ପ୍ରସଙ୍ଗ…

ନୂଆଦିଲ୍ଲୀ,୪।୭ : ମଙ୍ଗଳବାର ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକ ହୋଇଛି। ଏହିବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ, ପାକିସ୍ଥାନ, ଇରାନ, ରୁଷିଆ ଏବଂ ମଧ୍ୟ ଏସୀୟ ଦେଶର ମୁଖ୍ୟମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଥିଲେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ଏକଜୁଟ ହୋଇ ଆତଙ୍କବାଦ ବିରୋଧରେ ଲଢ଼ିବା ଏବଂ ଆଫଗାନିସ୍ତାନକୁ ସାହାଯ୍ୟ କରିବା ପ୍ରସଙ୍ଗ ଉଠାଇଛନ୍ତି। ରୁଷର ରାଷ୍ଟ୍ରପତି ଭ୍ଳାଡିମିର ପୁଟିନ ମଧ୍ୟ ଭାରତର ସ୍ଥିତିକୁ ପ୍ରଶଂସା କରିବା ସହ ଏସସିଓର ସଫଳ ଆୟୋଜନ ନେଇ ମୋଦିଙ୍କୁ ଧନ୍ୟବାନ ଜଣାଇଛନ୍ତି।

ପୁଟିନ କହିଛନ୍ତି ଆମେ ଏସସିଓ ସଦସ୍ୟ ଦେଶମାନଙ୍କ ସହ ସମ୍ପର୍କକୁ ମଜବୁତ କରିବା ଜାରି ରଖିବୁ। ପୁଟିନ କହିଛନ୍ତି ଏସସିଓ ବୈଠକର ମୁଖ୍ୟ ପ୍ରସଙ୍ଗ ହେଉଛି ଆଫଗାନିସ୍ତାନର ସାମ୍ପ୍ରତିକ ପରିସ୍ଥିତି। ଆଫଗାନିସ୍ତାନର ପରିସ୍ଥିତି ବହୁତ ଭଲ ନୁହେଁ। ଆତଙ୍କବାଦ, ଉଗ୍ରବାଦ ଏବଂ ଡ୍ରଗ କାରବାର ବିରୋଧରେ ଲଢ଼େଇ ହେଉଛି ଏସସିଓ ଦେଶଗୁଡ଼ିକର ପ୍ରାଥମିକତା।

ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ତାଙ୍କ ସମ୍ବୋଧନରେ ଅର୍ଥନୈତିକ ସହଯୋଗ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଆଫଗାନିସ୍ତାନକୁ ମାନବିକ ସହାୟତା ପାଇଁ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ନିବେଦନ କରିଛନ୍ତି। ଭାରତ ଜି -୨୦ ର ସଭାପତିତ୍ୱ କରୁଛି।

ସେପ୍ଟେମ୍ବରରେ ନୂଆଦିଲ୍ଲୀ ଜି -୨୦ ଶିଖର ସମ୍ମିଳନୀ ଆୟୋଜନ କରିବ, ଯେଉଁଥିରେ ରୁଷିଆର ରାଷ୍ଟ୍ରପତି ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri