Posted inଖେଳ

ଏସିଆ କପ୍‌ ଉଦ୍‌ଘାଟନୀ ମ୍ୟାଚ: ଶ୍ରୀଲଙ୍କାକୁ ୮ ଉଇକେଟରେ ହରାଇଲା ଆଫଗାନିସ୍ତାନ

ଦୁବାଇ, ୨୮ା୮ (ପି.ଟି.): ଏସିଆ କପ୍‌ ଉଦ୍‌ଘାଟନୀ ମ୍ୟାଚରେ ଆଫଗାନିସ୍ତାନ ପ୍ରଭାବୀ ଅଲରାଉଣ୍ଡ ପ୍ରଦର୍ଶନ ସହ ୮ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଶନିବାର ଖେଳାଯାଇଥିବା ଏହି ମ୍ୟାଚରେ ଆଫଗାନିସ୍ତାନ ୧୦.୧ ଓଭରରେ ୧୦୬ରନର ବିଜୟ ଲକ୍ଷ୍ୟ ହାସଲ କରିଥିଲା। ଦଳର ଟପ୍‌ ସ୍କୋରର ରହମାନୁଲ୍ଲା ଗୁର୍‌ବାଜ ୪୦ରନ କରିଥିଲେ। ହଜରାତୁଲ୍ଲା ଜାଜାଇ ୩୭ ରନ କରି ଅପରାଜିତ ରହିଥିଲେ। ପୂର୍ବରୁ ଶ୍ରୀଲଙ୍କା ୧୯.୪ ଓଭରରେ ୧୦୫ ରନ କରି ଅଲଆଉଟ ହୋଇଯାଇଥିଲା। ଭାନୁକା ରାଜପାକ୍‌ସେ ୨୯ ବଲ୍‌ରୁ ୩୮ ରନ କରିଥିଲେ। ଚାମିକା କୁରୁଣାରନେତ୍ ୩୧ ରନ କରିପାରିଥିଲେ। ଆଫଗାନିସ୍ତାନ ତରଫରୁ ଫଜଲହକ୍‌ ଫାରୁକି (୩/୧୧), ମହମ୍ମଦ ନବି (୨/୧୪) ଓ ମୁଜିବୁର୍‌ ରହମନ (୨/୨୪) ୭ ଉଇକେଟ ବାଣ୍ଟି ନେଇଥିଲେ। ଏହି ବିଜୟ ଦ୍ୱାରା ଆଫଗାନିସ୍ତାନ ନେଟ ରନରେଟ୍‌ ୫.୧୬୭ରେ ପହଞ୍ଚତ୍ଛି। ଦଳ ଗ୍ରୁପ୍‌ ବି’ରେ ଶୀର୍ଷ ସ୍ଥାନ ଅଧିକାର କରିବା ସହ ଦଳର ସୁପର୪ ପର୍ଯ୍ୟାୟକୁ ଉନ୍ନୀତ ହେବା ସମ୍ଭବନାକୁ ଉଜ୍ଜ୍ୱଳ କରିଛି। ଏହି ଗ୍ରୁପ୍‌ରେ ରହିଥିବା ବାଂଲାଦେଶ ମଙ୍ଗଳବାର ଶାରଜାରେ ଆଫଗାନିସ୍ତାନକୁ ଭେଟିବ।

ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା: ୧୯.୪ ଓଭରରେ ୧୦୫/ଅଲଆଉଟ (ଭାନୁକା ରାଜପାକ୍‌ସେ-୩୮; ଫଜଲହକ୍‌ ଫାରୁକି-୩/୧୧)। ଆଫଗାନିସ୍ତାନ: ୧୦.୧ ଓଭରରେ ୧୦୬/୨ (ରହମାନଉଲ୍ଲା ଗୁର୍‌ବାଜ୍‌-୪୦, ହଜ୍ରାତୁଲ୍ଲା ଜାଜାଇ-୩୭*; ଓ୍ବାନିନ୍ଦୁ ହସରଙ୍ଗା-୧/୨୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?