ନିଜ ଲଢ଼େଇ ନିଜେ ଲଢୁ ଆଫଗାନିସ୍ତାନ, କହିଲା ଆମେରିକା…

ଓ୍ବାଶିଂଟନ/କାବୁଲ,୧୧।୮: ଆଫଗାନିସ୍ତାନ ଏବଂ ତାଲିବାନ ମଧ୍ୟରେ ଗୃହ ଯୁଦ୍ଧ ଧୀରେଧୀରେ ଭୟଙ୍କର ସ୍ଥିତିରେ ପହଞ୍ଚିଛି। ଆଫଗାନିସ୍ତାନ ସୈନ୍ୟ ବାହିନୀଙ୍କୁ ସହାୟତା ଯୋଗାଉଥିବା ଆମେରିକା କୌଣସି ସାହାଯ୍ୟ ନ କରିବାକୁ କହିଛି। ଆଫଗାନିସ୍ତାନ ନିଜ ଲଢ଼େଇ ନିଜେ ଲଢୁ ବୋଲି ଆମେରିକା କହିଛି। ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାର ଆମେରିକା ସୈନ୍ୟଙ୍କୁ ସ୍ବଦେଶ ଫେରାଇ ନେବାକୁ ଅଡ଼ି ବସିଛନ୍ତି।
ହ୍ବାଇଟ ହାଉସ ଅନୁଯାୟୀ, ରାଷ୍ଟ୍ରପତି ବାଇଡେନ ଅବଶିଷ୍ଟ ସୈନିକମାନଙ୍କୁ ଆଫଗାନିସ୍ତାନରୁ ୧୧ ସେପ୍ଟେମ୍ବର ସୁଦ୍ଧା ପ୍ରତ୍ୟାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏପର୍ଯ୍ୟନ୍ତ ୯୦ ପ୍ରତିଶତରୁ ଅଧିକ ଆମେରିକୀୟ ସୈନ୍ୟ ସ୍ବଦେଶ ଫେରିଛନ୍ତି। ବାଇଡେନ୍‌ କହିଛନ୍ତି ଯେ ଆମେ ୨୦ ବର୍ଷରେ ଏକ ଟ୍ରିଲିୟନ ଡଲାରରୁ ଅଧିକ ଖର୍ଚ୍ଚ କରିଛୁ। ୩ ଲକ୍ଷରୁ ଅଧିକ ଆଫଗାନିସ୍ତାନ ସୈନ୍ୟଙ୍କୁ ତାଲିମ ପ୍ରଦାନ କରିଛୁ। ଆଫଗାନିସ୍ତାନ ଗୃହଯୁଦ୍ଧରେ ଆମେରିକା ବହୁ ସୈନଙ୍କୁ ହରାଇଛି। ଆଫଗାନିସ୍ତାନକୁ ବର୍ତ୍ତମାନ ନିଜ ଦେଶ ପାଇଁ ଲଢ଼ିିବାକୁ ପଡିବ ଏବଂ ଆଫଗାନିସ୍ତାନ ନେତାମାନଙ୍କୁ ଏଡ଼େଇ ଏକଜୁଟ ହେବାକୁ ପଡ଼ିବ।
ସୂଚନାନୁସାରେ, ତାଲିବାନ ଏପର୍ଯ୍ୟନ୍ତ ଆଫଗାନିସ୍ତାନର ପାଞ୍ଚଟି ପ୍ରଦେଶର ରାଜଧାନୀକୁ କବଜା କରି ନେଇଛି। ଫଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri