Posted inଖେଳ

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି।

ଓମାରଜାଇ ୪ ଉଇକେଟ ଅକ୍ତିଆର କରିବା ସହ ୪୦ ରନ କରି ଅପରାଜିତ ରହିଥିଲେ। ଏହି ବିଜୟ ସହ ଆଫାଗାନିସ୍ତାନ ଟୁର୍ନାମେଣ୍ଟରେ ଖାତା ଖୋଲିଛି। ଗ୍ରୁପ୍‌ ‘ଡି’ରୁ ସୁପର-୮କୁ ଉନ୍ନୀତ ହେବା ଲାଗି ଦଳର ସାମାନ୍ୟ ଆଶା ସଞ୍ଚାର କରିଛି।

ଦକ୍ଷିଣ ଆଫ୍ରିକା ୬ ପଏଣ୍ଟ ସହ ଗ୍ରୁପ୍‌ରେ ଶୀର୍ଷ ସ୍ଥାନ ଅଧିକାର କରିଥିବା ବେଳେ ଏହାପଛକୁ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଏବଂ ଆଫଗାନିସ୍ତାନ ତୃତୀୟ ସ୍ଥାନରେ ରହିଛି। ପରାଜିତ ହେବା ଦ୍ୱାରା ୟୁଏଇ ଚତୁର୍ଥ ସ୍ଥାନକୁ ଖସିଆସିଛି।

ଓମାରଜାଇ ୪ ଓଭର ବୋଲିଂରେ ୧୫ରନ ବିନିମୟରେ ୪ଉଇକେଟ ନେଇଥିବା ବେଳେ ୟୁଏଇ ନିର୍ଦ୍ଧାରିତ ଓଭରରେ ୯ଉଇକେଟ ହରାଇ ୧୬୦ ରନ୍‌ କରିଥିଲା। ଦଳର ଟପ୍‌ ସ୍କୋରର ସୋହେବ ଖାନ୍‌ ୪୮ ବଲ୍‌ରୁ ୬୮ ରନ କରିଥିଲେ।

ଜବାବରେ ଆଫଗାନିସ୍ତାନ ଆରମ୍ଭରୁ ଶୀଘ୍ର ଉଇକେଟମାନ ହରାଇ ବସିଥିଲା। ଫର୍ମରେ ଥିବା ରହମତୁଲ୍ଲା ଗୁର୍‌ବାଜ ବିନା କୌଣସି ରନ୍‌ରେ ଏବଂ ଗୁର୍‌ବାଜ ନାଇବ୍‌ ୧୩ ରନ କରି ପ୍ୟାଭିଲିନକୁ ଫେରିଥିଲେ। ପାଓ୍ୱାର ପ୍ଲେ ଶେଷ ବେଳକୁ ଦଳ ୨ଉଇକେଟରେ ୪୧ ରନ କରିଥିଲା। ଇବ୍ରାହିମ୍‌ ଜାଦ୍ରାନ ୪୧ ବଲ୍‌ରୁ ୫୩ ରନ କରିଥିଲେ। ସେ ୬ଚୌକା ଓ ଗୋଟିଏ ଛକା ମାରିଥିଲେ। ସେ ଆଉଟ ହୋଇଯିବା ପରେ ଡାରଓ୍ୱିସ ରସୁଲି (୩୩) ଓ ଓମାରଜାଇ ମିଳିତ ଭାବେ ଦଳର ଇନିଂସକୁ ଆଗେଇ ନେଇଥିଲେ। ଆଫଗାନିସ୍ତାନ ୧୯.୨ ଓଭରରେ ୫ଉଇକେଟ ବିନିମୟରେ ୧୬୨ ରନ୍‌ କରି ମ୍ୟାଚ୍‌ ବିଜୟୀ ହୋଇଥିଲ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri