ଧରା ପଡିଯିବା ଭୟରେ ଦମ୍ପତିଙ୍କୁ ହାଣିଲେ

ବ୍ରହ୍ମପୁର,୧୧।୯(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଗୌଡ଼ ସାହିରେ ଜଣେ ଦୁର୍ବୃତ୍ତ ବ୍ୟବସାୟୀଙ୍କ ଘରେ ପଶି ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ ଉଭୟ ସ୍ତ୍ରୀ ଓ ସ୍ବାମୀ ଗୁରୁତର ହୋଇଛନ୍ତି। ଗୌଡ଼ ସାହିରେ ରହୁଥିବା କେ.ସତୀଶ କୁମାର ସୁବୁଦ୍ଧି (୪୫)ଓ ତାଙ୍କ ସ୍ତ୍ରୀ କେ. ଶ୍ରବନ୍ତି ସୁବୁଦ୍ଧି ଆହତ ହୋଇ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସତିଶଙ୍କ ବେକରେ ଖଣ୍ଡା ଚୋଟ ପଡିଥିବା ବେଳେ ତାଙ୍କ ସ୍ତ୍ରୀଙ୍କ ହାତ ଓ ପିଠିରେ ଖଣ୍ଡା ଚୋଟ ପଡିଛି। ଘଟଣାକୁ ନେଇ ଅଞ୍ଚଳରେ ଓ ବ୍ୟବସାୟୀଙ୍କ ମହଲରେ ଚାଞ୍ଚଲ୍ୟ ଖେଳିଯାଇଛି। ସତୀଶଙ୍କ ଏକ ସୁନା ଦୋକାନ ରହିଥିବା ବେଳେ ସେ ମଙ୍ଗଳବାର ରାତିରେ ଖାଇସାରି ଘରେ ଶୋଇଥିଲେ। ବୁଧବାର ଭୋରରେ ଘର ଭିତରେ ଶବ୍ଦ ହେଉଥିବା ଶୁଣି ଶ୍ରବନ୍ତି ତାଙ୍କ ସ୍ବାମୀଙ୍କୁ ଉଠାଇଥିଲେ। ସେମାନେ ବାହାରକୁ ଆସି କଣ ହେଉଛି ଦେଖିବା ବେଳକୁ ଘରୁ ଚୋରି କରିବା ପାଇଁ ଆସିଥିବା ଦୁର୍ବୃତ୍ତ ଜଣଙ୍କ ଖଣ୍ଡାରେ ସତୀଶଙ୍କୁ ଆକ୍ରମଣ କରିଥିଲେ। ସ୍ବାମୀଙ୍କୁ ହାଣି ଦେଉଥିବା ଦେଖି ଶ୍ରବନ୍ତି ତାହାର ପ୍ରତିବାଦ କରିଥିଲେ। ଦୃର୍ବୃତ୍ତ ଜଣଙ୍କ ତାଙ୍କୁ ମଧ୍ୟ ଆକ୍ରମଣ କରି ଚମ୍ପଟ ମାରିଥିଲେ। ମହିଳା ଜଣଙ୍କ ଘର ବାହାରକୁ ଆସି ଚିତ୍କାର କରିଥିଲେ। ସାହି ଲୋକ ସେଠାରେ ପହଞ୍ଚି ଉଭୟ ଆହତଙ୍କୁ ଉଦ୍ଧାର କରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ସେମାନଙ୍କୁ ମେଡିକାଲରେ ଭେଟି ଘଟଣା ସମ୍ପର୍କରେ ପଚରାଉଚରା କରୁଛି। ଲୁଟେରା ଜଣଙ୍କ ଘର ଉପର ମହଲାରେ ଗ୍ରୀଲ କାଟି ଘରେ ପଶି ଏହି କାଣ୍ଡ କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?