Posted inଜାତୀୟ

କର୍ନାଟକ ପରେ ଏବେ ବିହାରକୁ ଭୟ: ତେଜସ୍ବୀ ଯାଦବ

ପାଟନା,୧୯।୫: ଜମି ବଦଳରେ ଚାକିରି ଦେବା ମାମଲାରେ ଗୁରୁବାର ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଜସ୍ବୀ ଯାଦବଙ୍କ ମା’ ରାବ୍ରି ଦେବୀଙ୍କୁ ଇଡି ଜେରା କରିଥିଲା। ଏହାକୁ ନେଇ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଶୁକ୍ରବାର କହିଛନ୍ତି, ଜମି ବଦଳରେ ଚାକିରି ମାମଲାକୁ ରାଜନୈତିକ ପରିବର୍ତ୍ତନ ସହ ସମ୍ପୃକ୍ତ କରାଯାଉଛି। ବିଶେଷକରି ଆସନ୍ତା ବର୍ଷ ରାଜ୍ୟ ନିର୍ବାଚନ ଏବଂ କର୍ନାଟକରେ ଭାଜପାର ପରାଜୟ ସହ ଜଡିତ କରାଯାଉଛି।

ସେ କହିଛନ୍ତି, ଆମେ ଜାଣିଥିଲୁ ଏହା ଘଟିବ। ସେମାନେ ଆମକୁ ଟାର୍ଗେଟ କରୁଛନ୍ତି କାରଣ ସେମାନେ କର୍ନାଟକ ପରେ ବିହାରକୁ ଭୟ କରୁଛନ୍ତି। ଭବିଷ୍ୟତରେ ସେମାନେ ମୋତେ ମଧ୍ୟ ଅନେକ କ୍ଷେତ୍ରରେ ଜଡିତ କରିପାରନ୍ତି। କିନ୍ତୁ ମୋର ଧ୍ୟାନ ନାହିଁ। ମୁଁ କିଛି ଭୁଲ କରି ନାହିଁ। ତେଣୁ ମୋତେ ଭୟ କରିବାର ଆବଶ୍ୟକତା ନାହିଁ । ତେବେ ରାବ୍ରି ଦେବୀଙ୍କୁ ଜେରା କରିବା ପ୍ରସଙ୍ଗକୁ ଦର୍ଶାଇ ସେ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି।

ସୂଚନାଯୋଗ୍ୟ, ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀଙ୍କୁ ଗୁରୁବାର ଦିଲ୍ଲୀରେ ପ୍ରାୟ ୫ ଘଣ୍ଟା ଇଡି ପଚରାଉଚରା କରିଥିଲା। ଏଜେନ୍ସିର ସୂତ୍ରରୁ ପ୍ରକାଶ, ୬୮ ବର୍ଷୀୟ ରାବ୍ରି ଦେବୀଙ୍କ ବିବୃତ୍ତି ମନି ଲଣ୍ଡରିଂ ଆକ୍ଟ ଅନୁଯାୟୀ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri