ମୋଦିଙ୍କ ଭାଷଣକୁ ଆଫ୍ରିକୀୟ-ଆମେରିକୀୟ ଅଭିନେତ୍ରୀଙ୍କ ସମର୍ଥନ

ନୂଆଦିଲ୍ଲୀ,୧୧।୮: ମଣିପୁର ପ୍ରସଙ୍ଗରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜବାବ ରଖିଛନ୍ତି। ପ୍ରଧାନମନ୍ତ୍ରୀ ଗୃହରେ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିବୃତି ରଖିଥିଲେ। ଦ୍ୱିତୀୟାର୍ଦ୍ଧରେ ସେ ମଣିପୁର ସ୍ଥିତି ଉପରେ କହିଥିଲେ, ଶାନ୍ତି ଫେରାଇ ଆଣିବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ସବୁ ପ୍ରକାର ଉଦ୍ୟମ ଚଳାଇଛନ୍ତି। ମଣିପୁର ହେଉଛି ଉତ୍ତର ପୂର୍ବାଞ୍ଚଳର ହୃଦୟ। ସେଠାରେ ଶୀଘ୍ର ବିକଶର ପଥ ପୁଣି ପ୍ରଶସ୍ତ ହେବ। ମହିଳା ବିରୋଧୀ ଅପରାଧ ଘଟାଉଥିବା ବ୍ୟକ୍ତିମାନେ କଠୋର ଦଣ୍ଡ ପାଇବେ ବୋଲି ପ୍ରଧାନମନ୍ତ୍ରୀ ଗୃହକୁ ଆଶ୍ୱାସନା ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ଭାଷଣକୁ ନେଇ ବିରୋଧୀଦଳ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରୁଥିବାବେଳେ ଆଫ୍ରିକୀୟ-ଆମେରିକୀୟ ଅଭିନେତ୍ରୀ ତଥା ଗାୟିକା ମେରି ମିଲବେନ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣକୁ ସମର୍ଥନ କରିଛନ୍ତି।
ମିଲବେନ ଏକ ଟୁଇଟ୍‌ରେ କହିଛନ୍ତି ଯେ, ସତ୍ୟ ହେଉଛି, ଭାରତର ନେତାଙ୍କ ଉପରେ ବିଶ୍ୱାସ ରହିଛି। ମଣିପୁରର ମା’, ଝିଅ ଏବଂ ମହିଳାମାନେ ନ୍ୟାୟ ପାଇବେ। ପ୍ରଧାନମନ୍ତ୍ରୀ ମୋଦି ସର୍ବଦା ତୁମର ସ୍ବାଧୀନତା ପାଇଁ ଲଢିବେ। ଯେଉଁ ଦଳ ଏହାର ସାଂସ୍କୃତିକ ଐତିହ୍ୟକୁ ଅପମାନିତ କରେ। ଦେଶର ପିଲାମାନଙ୍କୁ ଜାତୀୟ ସଂଗୀତ ଗାନରୁ ବଞ୍ଚିତ କରନ୍ତି। ତାହା ନେତୃତ୍ୱ ନୁହେଁ, ତାହା ହେଉଛି ନୀତିହୀନତା। ମିଲବେନ ଆହୁରି ମଧ୍ୟ କହିଛନ୍ତି ଯେ ଅସାଧୁ ସାମ୍ବାଦିକତା ମିଥ୍ୟା କାହାଣୀକୁ ପ୍ରକାଶ କରିବ। କୌଣସି ତଥ୍ୟ ବିନା ବିରୋଧୀ ଜୋରରେ ପାଟି କରିବେ।
ଜୁନ ମାସରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକା ଗସ୍ତ ସମୟରେ ମିଲବେନ ୱାଶିଂଟନରେ ଭାରତର ଜାତୀୟ ସଂଗୀତ ଗାନ କରିଥିଲେ। ପରେ ସେ ପାଦ ଛୁଇଁ ମୋଦିଙ୍କୁ ଅଭିବାଦନ ଜଣାଇଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?