ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି

ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା ଦିଆଯାଇଛି।
ଇସଲାମାବାଦର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ ଶପଥ ପାଠ କରାଇଥିଲେ। ସୁପ୍ରିମକୋର୍ଟର ନୂତନ ନିଯୁକ୍ତ ବିଚାରପତି ତାଙ୍କ ପୂର୍ବ ଜଷ୍ଟିସ କାଜୀ ଫୈଜ ଇସା ଶୁକ୍ରବାର କାର୍ଯ୍ୟକାଳ ଶେଷ କରିବା ପରେ ଅବସର ଗ୍ରହଣ କରିବା ପରେ ଦାୟିତ୍ୱ ଗ୍ରହଣ କରିଥିଲେ।

ପାକିସ୍ତାନର ସମ୍ବିଧାନରେ ନିକଟରେ ଗ୍ରହଣ କରାଯାଇଥିବା ସଂଶୋଧନ ଅନୁଯାୟୀ ସୁପ୍ରିମକୋର୍ଟର ତିନିଜଣ ବରିଷ୍ଠ ବିଚାରପତିଙ୍କ ମଧ୍ୟରେ ଆଫ୍ରିଦିଙ୍କୁ ଏକ ସ୍ବତନ୍ତ୍ର ସଂସଦୀୟ କମିଟି ଦ୍ୱାରା ମନୋନୀତ କରାଯାଇଥିଲା ଏବଂ ପ୍ରଧାନମନ୍ତ୍ରୀ ଏନେଇ ରାଷ୍ଟ୍ରପତିଙ୍କୁ ଏକ ପତ୍ର ଲେଖିଥଇଲେ ଓ ସେ ଏହି ନିଯୁକ୍ତିକୁ ଅନୁମୋଦନ କରିଛନ୍ତି।
ପାକିସ୍ତାନ ସୁପ୍ରିମକୋର୍ଟର ୱେବସାଇଟ ଅନୁଯାୟୀ, ୨୦୧୮ରେ ସୁପ୍ରିମକୋର୍ଟରେ ଯୋଗ ଦେଇଥିବା ଆଫ୍ରିଦି ୨୬ଅକ୍ଟୋବର ୨୦୨୭ରେ ଅବସର ନେବା ପର୍ଯ୍ୟନ୍ତ ଏହି ପଦବୀରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri