Posted inଜାତୀୟ

ଆଫତାବଙ୍କୁ ଫାଶୀ ମିଳୁ: ଶ୍ରଦ୍ଧାଙ୍କ ବାପା

ମୁମ୍ବାଇ,୧୦ା୧୨: ଦିଲ୍ଲୀରେ ଲିଭ୍‌-ଇନ୍‌-ପାର୍ଟନର ଶ୍ରଦ୍ଧା ଓ୍ବାଲ୍‌କରଙ୍କୁ ହତ୍ୟାକରି ୩୫ ଖଣ୍ଡ କରିଥିବା ଆଫତାବ ପୁନାଓ୍ବାଲାଙ୍କୁ ଫାଶୀ ଦିଆଯାଉ ବୋଲି ଶ୍ରଦ୍ଧାଙ୍କ ବାପା ବିକାଶ ଓ୍ବାଲ୍‌କର ଶୁକ୍ରବାର ଦାବି କରିଛନ୍ତି। ଏହି ହତ୍ୟାକାଣ୍ଡରେ ଆଫତାବଙ୍କ ସହ ଅନ୍ୟ ଯେଉଁମାନେ ସମ୍ପୃକ୍ତ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉ। ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କୁ ଭେଟିବା ପରେ ସେ ଏକ ଖବରଦାତା ସମ୍ମିଳନୀରେ ଉପରୋକ୍ତ ଦାବି ଉଠାଇଥିଲେ। ଶ୍ରଦ୍ଧାଙ୍କ ଅଭିଯୋଗ ସତ୍ତ୍ୱେ ତଦନ୍ତରେ ବିଳମ୍ବ କରିଥିବା ପୋଲିସଙ୍କ ବିରୋଧରେ ମଧ୍ୟ ତଦନ୍ତ ହେବା ଆବଶ୍ୟକ। କାରଣ ସେମାନେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ, ତାଙ୍କ ଝିଅ ମରି ନ ଥାନ୍ତା ବୋଲି ବିକାଶ କହିଛନ୍ତି। ଆଫତାବ୍‌ ୬ ମାସ ହେଲା ମାଡ଼ ମାରିବା ସହ ନିଃଶ୍ୱାସ ବନ୍ଦ କରି ହତ୍ୟା କରିବାକୁ ଉଦ୍ୟମ କରିଥିବା ସମ୍ପର୍କରେ ଶ୍ରଦ୍ଧା ୨୦୨୦ ନଭେମ୍ବରରେ ଟୁଲିଞ୍ଜ୍‌ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ଶୁକ୍ରବାର ବିକାଶ ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ଝିଅ ପାଇଁ ନ୍ୟାୟ ଦାବି କରିଥିଲେ। ନ୍ୟାୟ ପ୍ରଦାନ ଲାଗି ଫଡ୍‌ନବିସ୍‌ଙ୍କ ସମେତ ଦିଲ୍ଲୀ ଉପରାଜ୍ୟପାଳ ଏବଂ ଦକ୍ଷିଣ ଦିଲ୍ଲୀ ଡିସିପି ପ୍ରତିଶ୍ରୁତି ଦେଇଥିବା ବିକାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ

କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri