Posted inଜାତୀୟ

ଆଫ୍‌ତାବଙ୍କ ନାର୍କୋ ପରୀକ୍ଷା ହେବ

ନୂଆଦିଲ୍ଲୀ,୧୭।୧୧ : ଲିଭ୍‌-ଇନ୍‌-ପାର୍ଟନର ଶ୍ରଦ୍ଧା ଓ୍ବାଲକରଙ୍କୁ ହତ୍ୟା କରିବା ପରେ ଶରୀରକୁ ୩୫ ଖଣ୍ଡ କରି ଦିଲ୍ଲୀର ବିଭିନ୍ନ ସ୍ଥାନରେ ଫିଙ୍ଗିଥିବା ଅଭିଯୁକ୍ତ ଆଫତାବ୍‌ ପୁନାଓ୍ବାଲାଙ୍କ ନାର୍କୋ ଆନାଲିସିସ୍‌ ବା ଲାଇ ଡିଟେକ୍ଟର ପରୀକ୍ଷା ହୋଇପାରେ। ଏଥିପାଇଁ କୋର୍ଟ ଅନୁମତି ଦେଇଥିବା ଜଣାପଡ଼ିଛି।

ଆଫତାବଙ୍କ ବୟାନରେ ତାଳମେଳ ରହୁ ନ ଥିବାରୁ ତାଙ୍କର ଲାଇ ଡିଟେକ୍ଟର ପରୀକ୍ଷା କରାଇବାକୁ ପୋଲିସ ଅନୁମତି ଲୋଡ଼ିଥିଲା। ଏଥିପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଗତ ମେ’ରେ ଶ୍ରଦ୍ଧାଙ୍କୁ ଦିଲ୍ଲୀର ଛତରପୁର ଅଞ୍ଚଳରେ ହତ୍ୟା ପରେ ତାଙ୍କ ମୃତଦେହକୁ ଖଣ୍ଡଖଣ୍ଡ କରି ଅଭିଯୁକ୍ତ ଆଫତାବ ୧୮ ଦିନ ଯାଏ ତାହାକୁ ଦିଲ୍ଲୀର ବିଭିନ୍ନ ସ୍ଥାନରେ ଫିଙ୍ଗିଥିଲେ। ପ୍ରମାଣ ଲୁଚାଇବା ପାଇଁ ସେ ସବୁପ୍ରକାର କୌଶଳ ଆପଣାଇଥିଲେ। ତେବେ ଜେରା ବେଳେ ସେ ଦେଇଥିବା ବୟାନ ପୋଲିସ୍‌ର ସନ୍ଦେହ ବଢ଼ାଇଥିଲା।

ମେ’ ୧୮ରେ ଶ୍ରଦ୍ଧାଙ୍କୁ ହତ୍ୟା କରାଯାଇଥିବାବେଳେ ଝଗଡ଼ା ପରେ ସେ ମେ’ ୨୨ରେ ଘର ଛାଡ଼ିଥିଲେ ବୋଲି ଆଫତାବ କହିଥିଲେ। ପୋଲିସ ସେମାନଙ୍କ ଫୋନ୍‌ର କଲ୍‌ ରେକର୍ଡ ଯାଞ୍ଚ କଲାପରେ ସତ ପଦାକୁ ଆସିଥିଲା। ଶ୍ରଦ୍ଧାଙ୍କ ନେଟ୍‌ ବ୍ୟାଙ୍କିଙ୍ଗ୍‌ ଆପ୍‌ରୁ ମେ’ ୨୬ରେ ଆଫତାବଙ୍କ ଆକାଉଣ୍ଟକୁ ୫୪,୦୦୦ ଟଙ୍କା ଟ୍ରାନ୍ସଫର ହୋଇଥିଲା। ଏଥିରୁ ଆଫତାବ୍‌ଙ୍କ ମିଛ ଧରାପଡ଼ିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri