Posted inଜାତୀୟ

ଆଫ୍‌ତାବଙ୍କ ନାର୍କୋ ପରୀକ୍ଷା ହେବ

ନୂଆଦିଲ୍ଲୀ,୧୭।୧୧ : ଲିଭ୍‌-ଇନ୍‌-ପାର୍ଟନର ଶ୍ରଦ୍ଧା ଓ୍ବାଲକରଙ୍କୁ ହତ୍ୟା କରିବା ପରେ ଶରୀରକୁ ୩୫ ଖଣ୍ଡ କରି ଦିଲ୍ଲୀର ବିଭିନ୍ନ ସ୍ଥାନରେ ଫିଙ୍ଗିଥିବା ଅଭିଯୁକ୍ତ ଆଫତାବ୍‌ ପୁନାଓ୍ବାଲାଙ୍କ ନାର୍କୋ ଆନାଲିସିସ୍‌ ବା ଲାଇ ଡିଟେକ୍ଟର ପରୀକ୍ଷା ହୋଇପାରେ। ଏଥିପାଇଁ କୋର୍ଟ ଅନୁମତି ଦେଇଥିବା ଜଣାପଡ଼ିଛି।

ଆଫତାବଙ୍କ ବୟାନରେ ତାଳମେଳ ରହୁ ନ ଥିବାରୁ ତାଙ୍କର ଲାଇ ଡିଟେକ୍ଟର ପରୀକ୍ଷା କରାଇବାକୁ ପୋଲିସ ଅନୁମତି ଲୋଡ଼ିଥିଲା। ଏଥିପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଗତ ମେ’ରେ ଶ୍ରଦ୍ଧାଙ୍କୁ ଦିଲ୍ଲୀର ଛତରପୁର ଅଞ୍ଚଳରେ ହତ୍ୟା ପରେ ତାଙ୍କ ମୃତଦେହକୁ ଖଣ୍ଡଖଣ୍ଡ କରି ଅଭିଯୁକ୍ତ ଆଫତାବ ୧୮ ଦିନ ଯାଏ ତାହାକୁ ଦିଲ୍ଲୀର ବିଭିନ୍ନ ସ୍ଥାନରେ ଫିଙ୍ଗିଥିଲେ। ପ୍ରମାଣ ଲୁଚାଇବା ପାଇଁ ସେ ସବୁପ୍ରକାର କୌଶଳ ଆପଣାଇଥିଲେ। ତେବେ ଜେରା ବେଳେ ସେ ଦେଇଥିବା ବୟାନ ପୋଲିସ୍‌ର ସନ୍ଦେହ ବଢ଼ାଇଥିଲା।

ମେ’ ୧୮ରେ ଶ୍ରଦ୍ଧାଙ୍କୁ ହତ୍ୟା କରାଯାଇଥିବାବେଳେ ଝଗଡ଼ା ପରେ ସେ ମେ’ ୨୨ରେ ଘର ଛାଡ଼ିଥିଲେ ବୋଲି ଆଫତାବ କହିଥିଲେ। ପୋଲିସ ସେମାନଙ୍କ ଫୋନ୍‌ର କଲ୍‌ ରେକର୍ଡ ଯାଞ୍ଚ କଲାପରେ ସତ ପଦାକୁ ଆସିଥିଲା। ଶ୍ରଦ୍ଧାଙ୍କ ନେଟ୍‌ ବ୍ୟାଙ୍କିଙ୍ଗ୍‌ ଆପ୍‌ରୁ ମେ’ ୨୬ରେ ଆଫତାବଙ୍କ ଆକାଉଣ୍ଟକୁ ୫୪,୦୦୦ ଟଙ୍କା ଟ୍ରାନ୍ସଫର ହୋଇଥିଲା। ଏଥିରୁ ଆଫତାବ୍‌ଙ୍କ ମିଛ ଧରାପଡ଼ିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri