ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କ ସହ ମିଶି ରଥ ଟାଣିଲେ ଏମପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): ପବିତ୍ର ରଥଯାତ୍ରା ପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡ଼ିଛି। ଉକ୍ତ ବ୍ଲକର ସିମନବାଡ଼ି ସମେତ ଗବାଟବାଡ଼ି, ସୁଗାନକେତା, ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଗଦାପୁର ଏବଂ କାଟିଙ୍ଗିଆଠାରେ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଥିବା ବେଳେ ଦୁର୍ଗମ ଅପହଞ୍ଚ ଗବାଟବାଡ଼ି ଗ୍ରାମରେ ନିଆରା ଢଙ୍ଗରେ ପାଳନ ହେଲା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା। ଗବାଟବାଡ଼ିଠାରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗଜପତିଙ୍କ ରୂପରେ ରଥରେ ଛେରାପହଁରା କରିବା ସହ ଜଗନ୍ନାଥ, ବଳଭଦ୍ର ଏବଂ ସୁଭଦ୍ରାଙ୍କ ସେବା କରିଥିଲେ ପରେ ସେ ଅଞ୍ଚଳବାସୀଙ୍କ ସହ ମିଶି ରଥ ଟାଣିଥିଲେ।

ପ୍ରକାଶ ଯେ, ଗବାଟବାଡ଼ି ଏକ ଅନୁସୂଚିତ ଜନଜାତି ଅଧ୍ୟୁଷିତ ଅଞ୍ଚଳ ହୋଇଥିବା ବେଳେ ଗତ ୧୨ ବର୍ଷ ହେଲା ରଥଯାତ୍ରା ପାଳନ କରାଯାଉଛି। ସକାଳୁ ଗ୍ରାମବାସୀ ଭାଗବତ ଟୁଙ୍ଗିରେ ୩ ଠାକୁରଙ୍କୁ ପୂଜାର୍ଚ୍ଚନା କରିବା ପରେ ବିରାଟ ଶୋଭାଯାତ୍ରାରେ ସଂକୀର୍ତ୍ତନ କରି ଘରଘର ବୁଲିଥିଲେ ଗ୍ରାମର ଲୋକମାନେ ଘର ସମ୍ମୁଖରେ ଝୋଟି ପକାଇ କୁମ୍ଭ ରଖି ୩ ଠାକୁରଙ୍କୁ ସ୍ବାଗତ କରି ନିଜ ଘର ସମ୍ମୁଖରେ ପୂଜାର୍ଚ୍ଚନା କରି ଆଶୀର୍ବାଦ ଗ୍ରହଣ କରିଛନ୍ତି । ପରେ ୩ ଠାକୁର ଆସ୍ଥାୟୀ ମଣ୍ଡପରେ ପହଞ୍ଚିଥିଲେ। ସେଠାରେ ମୁଖ୍ୟଅତିଥି ଏମ୍‌ପି ପହଞ୍ଚି ପୂଜାର୍ଚ୍ଚନା କରି ୩ ଠାକୁରଙ୍କୁ ରଥକୁ ସ୍ବାଗତ କରିଥିଲେ। ସେଠାରେ ଛେରାପହଁରା କରିବା ପରେ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା। ରଥଟଣା ଆରମ୍ଭରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ କିଛି ସମୟ ରଥଟଣା କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା। କାର୍ଯ୍ୟକ୍ରମରେ ଅଞ୍ଚଳବାସୀଙ୍କ ସମେତ ଜିଲା ତଥା ଜିଲା ବାହାରୁ ବହୁ ଶ୍ରଦ୍ଧାଳୁ କାର୍ଯ୍ୟକ୍ରମରେ ଯୋଗଦେଇ ରଥ ଟାଣିଥିଲେ। ସେହିପରି ଏମ୍‌ପି ଅଞ୍ଚଳବାସୀଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରି ସେମାନଙ୍କ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। କାର୍ଯ୍ୟକ୍ରମରେ ଜାତୀୟ ଜନଜାତି ଲୋକକଳା ସଂଯୋଜକ ନିରଞ୍ଜନ ପଣ୍ଡା, ଭାଜପା ବରିଷ୍ଠ ନେତା ନେତ୍ର ମାନସେଠ, ଦାରିଙ୍ଗବାଡ଼ି ମଣ୍ଡଳ ସଭାପତି ସନ୍ତୋଷ ସାହୁ, ହରେନ ସାହୁ, ମିଟୁ ସାହୁ, ପ୍ରଭାକର ସାହୁଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର, ଆଇଆଇସି ଆନନ୍ଦ ଚନ୍ଦ୍ର ପାତ୍ର, ତହସିଲଦାର ଶରତ ଶବର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri