Posted inଖେଳ

୧୨ ବର୍ଷ ପରେ ଟେଷ୍ଟରେ ପ୍ରଥମ ଉଇକେଟ୍‌ ନେଲେ ଏହି କ୍ରିକେଟର୍‌

ମୀରପୁର,୨୨।୧୨: ମୀରପୁରରେ ଖେଳାଯାଉଥିବା ଭାରତ-ବାଂଲାଦେଶ ଟେଷ୍ଟରେ ଜୟଦେବ ଉନାଦକତ୍‌ ଟିମ ଇଣ୍ଡିଆକୁ ପ୍ରଥମ ସଫଳତା ଦେଇଛନ୍ତି। ସେ ଜାକିର ହାସନଙ୍କୁ ଆଉଟ୍‌ କରିଥିଲେ। ଟେଷ୍ଟ କ୍ରିକେଟରେ ଏହା ତାଙ୍କର ପ୍ରଥମ ଉଇକେଟ ଥିଲା। ଏଠାରେ ବିଶେଷ କଥା ହେଉଛି ତାଙ୍କର ପ୍ରଥମ ଟେଷ୍ଟ ଉଇକେଟ ପାଇବାକୁ ତାଙ୍କୁ ୧୨ ବର୍ଷ ସମୟ ଲାଗିଛି।
ଡିସେମ୍ବର ୨୦୧୦ରେ ଜୟଦେବ ଉନାଦକତ୍‌ ତାଙ୍କର ଟେଷ୍ଟ ଡେବ୍ୟୁ କରିଥିଲେ। ଦକ୍ଷିଣ ଆଫ୍ରିକା ବିପକ୍ଷ ସେଞ୍ଚୁରିଅନ ଟେଷ୍ଟରେ ସେ ପ୍ରଥମ ଥର ପାଇଁ ଟେଷ୍ଟ ଜର୍ସି ପିନ୍ଧିବାର ସୁଯୋଗ ପାଇଲେ। ତେବେ ଏହି ଟେଷ୍ଟରେ ତାଙ୍କର ପ୍ରଦର୍ଶନ ଅତ୍ୟନ୍ତ ଖରାପ ଥିଲା। ୨୬ ଓଭର ବୋଲିଂ କରି ୧୦୦ରୁ ଅଧିକ ରନ ଦେବା ପରେ ମଧ୍ୟ ସେ ଗୋଟିଏ ଉଇକେଟ ପାଇନଥିଲେ।
ଏହି ଖରାପ ପ୍ରଦର୍ଶନ ପରେ ସେ ପୁନର୍ବାର ଟେଷ୍ଟ ଖେଳିବାର ସୁଯୋଗ ପାଇଲେ ନାହିଁ। ଗତ ୧୨ ବର୍ଷରେ, ପ୍ରଥମ ଶ୍ରେଣୀ ମ୍ୟାଚରେ ଜୟଦେବଙ୍କ ପ୍ରଦର୍ଶନ ସେତେଟା ଭଲ ନ ଥିଲା। ଫଳରେ ତାଙ୍କୁ ଭାରତର ଟେଷ୍ଟ ଦଳରେ ସାମିଲ କରାଯାଇ ନ ଥିଲା। ଗତ ସିଜିନରେ ସେ ଘରୋଇ ମ୍ୟାଚ୍‌ରେ ଚମତ୍କାର ପ୍ରଦର୍ଶନ କରିଥିଲେ, ଏଥର ତାଙ୍କୁ ବାଂଲାଦେଶ ସିରିଜରେ ସୁଯୋଗ ଦିଆଯାଇଥିଲା। ପ୍ରଥମ ମ୍ୟାଚ୍‌ରେ ସେ ଚୂଡାନ୍ତ ଏକାଦଶରେ ସ୍ଥାନ ପାଇ ନ ଥିଲେ, କିନ୍ତୁ ଦ୍ୱିତୀୟ ମ୍ୟାଚ୍‌ରେ ତାଙ୍କୁ କୁଲଦୀପ ଯାଦବଙ୍କ ସ୍ଥାନରେ ଦଳରେ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri