Posted inଖେଳ

୧୨ ବର୍ଷ ପରେ ଟେଷ୍ଟରେ ପ୍ରଥମ ଉଇକେଟ୍‌ ନେଲେ ଏହି କ୍ରିକେଟର୍‌

ମୀରପୁର,୨୨।୧୨: ମୀରପୁରରେ ଖେଳାଯାଉଥିବା ଭାରତ-ବାଂଲାଦେଶ ଟେଷ୍ଟରେ ଜୟଦେବ ଉନାଦକତ୍‌ ଟିମ ଇଣ୍ଡିଆକୁ ପ୍ରଥମ ସଫଳତା ଦେଇଛନ୍ତି। ସେ ଜାକିର ହାସନଙ୍କୁ ଆଉଟ୍‌ କରିଥିଲେ। ଟେଷ୍ଟ କ୍ରିକେଟରେ ଏହା ତାଙ୍କର ପ୍ରଥମ ଉଇକେଟ ଥିଲା। ଏଠାରେ ବିଶେଷ କଥା ହେଉଛି ତାଙ୍କର ପ୍ରଥମ ଟେଷ୍ଟ ଉଇକେଟ ପାଇବାକୁ ତାଙ୍କୁ ୧୨ ବର୍ଷ ସମୟ ଲାଗିଛି।
ଡିସେମ୍ବର ୨୦୧୦ରେ ଜୟଦେବ ଉନାଦକତ୍‌ ତାଙ୍କର ଟେଷ୍ଟ ଡେବ୍ୟୁ କରିଥିଲେ। ଦକ୍ଷିଣ ଆଫ୍ରିକା ବିପକ୍ଷ ସେଞ୍ଚୁରିଅନ ଟେଷ୍ଟରେ ସେ ପ୍ରଥମ ଥର ପାଇଁ ଟେଷ୍ଟ ଜର୍ସି ପିନ୍ଧିବାର ସୁଯୋଗ ପାଇଲେ। ତେବେ ଏହି ଟେଷ୍ଟରେ ତାଙ୍କର ପ୍ରଦର୍ଶନ ଅତ୍ୟନ୍ତ ଖରାପ ଥିଲା। ୨୬ ଓଭର ବୋଲିଂ କରି ୧୦୦ରୁ ଅଧିକ ରନ ଦେବା ପରେ ମଧ୍ୟ ସେ ଗୋଟିଏ ଉଇକେଟ ପାଇନଥିଲେ।
ଏହି ଖରାପ ପ୍ରଦର୍ଶନ ପରେ ସେ ପୁନର୍ବାର ଟେଷ୍ଟ ଖେଳିବାର ସୁଯୋଗ ପାଇଲେ ନାହିଁ। ଗତ ୧୨ ବର୍ଷରେ, ପ୍ରଥମ ଶ୍ରେଣୀ ମ୍ୟାଚରେ ଜୟଦେବଙ୍କ ପ୍ରଦର୍ଶନ ସେତେଟା ଭଲ ନ ଥିଲା। ଫଳରେ ତାଙ୍କୁ ଭାରତର ଟେଷ୍ଟ ଦଳରେ ସାମିଲ କରାଯାଇ ନ ଥିଲା। ଗତ ସିଜିନରେ ସେ ଘରୋଇ ମ୍ୟାଚ୍‌ରେ ଚମତ୍କାର ପ୍ରଦର୍ଶନ କରିଥିଲେ, ଏଥର ତାଙ୍କୁ ବାଂଲାଦେଶ ସିରିଜରେ ସୁଯୋଗ ଦିଆଯାଇଥିଲା। ପ୍ରଥମ ମ୍ୟାଚ୍‌ରେ ସେ ଚୂଡାନ୍ତ ଏକାଦଶରେ ସ୍ଥାନ ପାଇ ନ ଥିଲେ, କିନ୍ତୁ ଦ୍ୱିତୀୟ ମ୍ୟାଚ୍‌ରେ ତାଙ୍କୁ କୁଲଦୀପ ଯାଦବଙ୍କ ସ୍ଥାନରେ ଦଳରେ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri