Posted inଜାତୀୟ

୧୩ ବର୍ଷ ପରେ ମାତୋଶ୍ରୀରେ ରାଜ୍‌ ଠାକ୍‌ରେ

ମୁମ୍ବାଇ,୨୮ା୭: ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେ ଦୀର୍ଘ ୧୩ ବର୍ଷ ପରେ ପ୍ରଥମ ଥର ପାଇଁ ମୁମ୍ବାଇସ୍ଥିତ ମାତୋଶ୍ରୀରେ ରବିବାର ପ୍ରବେଶ କରିଛନ୍ତି। ଭାଇ ତଥା ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକ୍‌ରେଙ୍କ ଜନ୍ମଦିନ ଉତ୍ସବ ପାଳନ ପାଇଁ ରାଜ୍‌ ତାଙ୍କ ବାସଭବନକୁ ଆସିଥିଲେ। ଏହା ପୂର୍ବରୁ ୨୦୧୨ରେ ବାଲାସାହେବ ଠାକ୍‌ରେଙ୍କ ମୃତ୍ୟୁ ସମୟରେ ରାଜ୍‌ ମାତୋଶ୍ରୀକୁ ଶେଷ ଥର ପାଇଁ ଆସିଥିଲେ। ରବିବାର ରାଜ୍‌ଙ୍କ ସହ ଏମ୍‌ଏନ୍‌ଏସ୍‌ ନେତା ବାଲା ନନ୍ଦଗାଓଙ୍କର ଏବଂ ନିତୀନ ସର୍ଦେଶାଇ ମଧ୍ୟ ଥିଲେ। ମାତୋଶ୍ରୀରେ ବାଲାସାହେବଙ୍କ ଫଟୋ ନିକଟରେ ଛିଡ଼ା ହୋଇ ରାଜ୍‌ ଓ ଉଦ୍ଧବ ଫଟୋ ଉଠାଇଛନ୍ତି। ଅନ୍ୟ ଏକ ଫଟୋରେ ରାଜ ଉଦ୍ଧବଙ୍କୁ ତାଙ୍କ ଜନ୍ମଦିନରେ ଫୁଲତୋଡ଼ା ଦେଉଥିବା ଦେଖାଯାଇଛି। ଦୀର୍ଘଦିନ ହେଲା ଠାକ୍‌ରେ ପରିବାରଠାରୁ ଦୂରେଇ ଯାଇଥିବା ରାଜ୍‌ ଚଳିତ ମାସ ଆରମ୍ଭରେ ମରାଠୀ ପରିଚୟ ପ୍ରସଙ୍ଗରେ ଉଦ୍ଧବଙ୍କ ସହ ଗୋଟିଏ ମଞ୍ଚରେ ଏକାଠି ହୋଇଥିଲେ। ଓ୍ବର୍ଲିରେ ଅନୁଷ୍ଠିତ ବିଜୟ ରାଲିରେ ଆଗାମୀ ପୌର ନିର୍ବାଚନ ଏକାଠି ଲଢ଼ିବା ନେଇ ଉଦ୍ଧବ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ସ୍କଟଲାଣ୍ଡ, ଆୟର୍ଲାଣ୍ଡ ଖେଳିବେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୧ା୨:  ଜୁନରେ ଇଂଲଣ୍ଡରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସ୍କଟଲାଣ୍ଡ ଓ ଆୟର୍ଲାଣ୍ଡ ରବିବାର ଯୋଗ୍ୟତା ଅର୍ଜନ କରିଛନ୍ତି। ନେପାଳର କିର୍ତିପୁରଠାରେ ଚାଲିଥିବା କ୍ୱାଲିଫାୟର୍ସ…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri