Posted inଜାତୀୟ

୧୪ ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା

ନୂଆଦିଲ୍ଲୀ,୩୧ା୧୨: ଆସନ୍ତା ମକର ସଂକ୍ରାନ୍ତି (ଜାନୁୟାରୀ ୧୪) ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିପାରନ୍ତି ବୋଲି ରାଜନୈତିକ ମହଲରେ କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ବଜେଟ ଅଧିବେଶନ ପୂର୍ବରୁ ମନ୍ତ୍ରୀସ୍ତରରେ ଅଦଳବଦଳ ହୋଇପାରେ। ଏଥିସହିତ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟଗୁଡ଼ିକରେ ଦଳର ରାଜନୈତିକ ଆବଶ୍ୟକତାକୁ ନେଇ ମଧ୍ୟ ସାଂଗଠନିକ ସ୍ତରରେ ଅଦଳବଦଳ କରାଯିବାର ସମ୍ଭାବନା ରହିଥିବା କୁହାଯାଉଛି। ମନ୍ତ୍ରୀମାନଙ୍କ ପ୍ରଦର୍ଶନ ଏବଂ ଯୋଗ୍ୟ ଏମ୍‌ପିମାନଙ୍କୁ ପାଳିକରି କ୍ୟାବିନେଟରେ ସାମିଲ କରିବା ନିମନ୍ତେ ଏହି ସମ୍ପ୍ରସାରଣ କରାଯିବ। ଯେଉଁମାନେ ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡ଼ିବେ ସେମାନଙ୍କୁ ସାଂଗଠନିକ କାର୍ଯ୍ୟରେ ନିୟୋଜିତ କରାଯିବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଗତବର୍ଷ ଜୁନ୍‌ ୮ରେ ମୋଦି ତାଙ୍କ ମନ୍ତ୍ରିମଣ୍ଡଳରେ ଅଦଳବଦଳ କରିଥିଲେ। ସେତେବେଳେ କେତେକ ପ୍ରମୁଖ ନେତାଙ୍କ ସମେତ ୧୨ ଜଣଙ୍କୁ କ୍ୟାବିନେଟରୁ ବାଦ୍‌ ଦିଆଯାଇ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ନିଆଯାଇଥିଲା। ଏଥର ମଧ୍ୟ ସେହିଭଳି ଅଦଳବଦଳ କରାଯାଇପାରେ ବୋଲି ଆଶା କରାଯାଉଛି। ମନ୍ତ୍ରିମଣ୍ଡଳରେ ଲୋକ ସଭାରୁ ଅଧିକ ସଦସ୍ୟଙ୍କୁ ସାମିଲ କରିବା ସହ ଗୁଜରାଟରେ ଭାଜପାକୁ ସର୍ବାଧିକ ଆସନରେ ବିଜୟ କରାଇଥିବାରୁ ପୁରସ୍କାର ସ୍ବରୂପ ସେଠାର କେତେଜଣ ଏମ୍‌ପିଙ୍କୁ ମନ୍ତ୍ରୀପଦ ମିଳିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri