୧୫ ବର୍ଷ ପରେ ହାଇକୋର୍ଟରୁ ମହିଳାଙ୍କୁ ମିଳିଲା ନ୍ୟାୟ

କଟକ,୨୦ା୪(କାର୍ତ୍ତିକ ସାହୁ): ଦୀର୍ଘ ୧୫ବର୍ଷ ପରେ ନ୍ୟାୟିକ ଲଢ଼େଇର ଅନ୍ତ ଘଟିଛି। ଅଙ୍ଗନଓ୍ବାଡିି କର୍ମୀ ପଦବୀ ନିମନ୍ତେ ଚୟନ ହେବା ପରେ ନିରାଶ ହୋଇଥିବା ଜଣେ ମହିଳାଙ୍କୁ ଶେଷରେ ନ୍ୟାୟ ମିଳିଛି। ମହିଳା ଜଣକ ଅଙ୍ଗନଓ୍ବାଡି କର୍ମୀ ନିମନ୍ତେ ଯୋଗ୍ୟ ବିବେଚିତ ହୋଇଥିଲେ ସୁଦ୍ଧା ତାଙ୍କ ନାମକୁ ବେଆଇନ ଭାବେ କାଟି ଦିଆଯାଇଥିଲା। ବିଚାରପତି ଶଶିକାନ୍ତ ମିଶ୍ର ଏ ସଂକ୍ରାନ୍ତୀୟ ମାମଲାର ବିଚାର କରି ଆବେଦନକାରୀ ମହିଳା କେମତି ଖସରେଲଙ୍କୁ ଯଥାଶୀଘ୍ର ଅଙ୍ଗନଓ୍ବାଡିି କର୍ମୀ ଭାବେ ନିଯୁକ୍ତି ଦେବାକୁ ବଲାଙ୍ଗୀର ଜିଲା ଅନ୍ତର୍ଗତ ମୁରିବାହାଲ ସିଡିପିଓଙ୍କୁ ଆଦେଶ ଦେଇଛନ୍ତି। ଏଥିସହ ବିଜ୍ଞପ୍ତିର ନିୟମକୁ ଉଲ୍ଲଂଘନ କରି କାହାରିକୁ ଚାକିରି ଦିଆଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ସମ୍ପୃକ୍ତ ସିଡିପିଓ ପୂର୍ବ ନିଯୁକ୍ତିକୁ ବାତିଲ କରିବା ସହ ଆବେଦନକାରୀଙ୍କୁ ଉକ୍ତ ପଦରେ ନିଯୁକ୍ତି ଦେଇ ୪ ମାସ ମଧ୍ୟରେ ନିଯୁକ୍ତି ପ୍ରମାଣପତ୍ରର ନକଲ ହାଇକୋର୍ଟରେ ଦାଖଲ କରିବା ନିମନ୍ତେ ବିଚାରପତି ଆଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁସାରେ, ବଲାଙ୍ଗିର ଜିଲା ଡୁଙ୍ଗୁରିଗୁଡ଼ା ଅଙ୍ଗନବାଡ଼ି କେନ୍ଦ୍ରରେ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ନିମନ୍ତେ ମୁରିବାହାଲ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ୨୦୦୯ ଜୁଲାଇ ୮ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଆବେଦନକାରୀ କେମତି ଖସରେଲ ଏହି ପଦ ନିମନ୍ତେ ଆବେଦନ କରିଥିଲେ। ସେ ସର୍ବାଧିକ ୫୭% ନମ୍ବର ରହିଥିବାରୁ ତାଙ୍କୁ ଚୟନ କରାଯାଇଥିଲା। ମାତ୍ର ତାଙ୍କ ନାମକୁ କାଟି ଦିଆଯାଇ ୩୭% ନମ୍ବର ରଖିଥିବା ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯାଇଥିଲା। ଆବେଦନକାରୀ ମହିଳା ଜଣକ ସପ୍ତମ ଶ୍ରେଣୀରେ ଓଡ଼ିଆରେ ଫେଲ ହୋଇଥିବାରୁ ତାଙ୍କ ନାମ କାଟି ଦିଆଯାଇଥିବା ପ୍ରଶାସନ ପକ୍ଷରୁ ଦର୍ଶାଯାଇଥିଲା। ମାତ୍ର ବିଜ୍ଞପ୍ତି ଅନୁଯାୟୀ ଆବେଦନକାରୀ ଓଡ଼ିଆରେ ଲେଖିପଢ଼ି ଜାଣିଥିବା ଆବଶ୍ୟକ ଓ ମାଟ୍ରିକ ପରୀକ୍ଷାରେ ଅଧିକ ନମ୍ବର ରଖିଥିବା ପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେବା ନିମନ୍ତେ ନିୟମ ରହିଥିଲା। ନିଯୁକ୍ତି ପାଇବାରୁ ନିରାଶ ହେବା ପରେ ଆବେଦନକାରୀ ଖସରେଲ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନ୍‌ଜୀବୀ ଅଶ୍ବିନୀ କୁମାର ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri