ଦୀର୍ଘ ୧୬ ବର୍ଷ ପରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲା +୨, ଅଞ୍ଚଳରେ ଖେଳିଗଲା ଆନନ୍ଦ

ଭଞ୍ଜନଗର,୨୫ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ୨୦୧୦ରେ
ଖୋଲିଥିଲା। ଦୀର୍ଘ ୧୬ ବର୍ଷ ପରେ ଚଳିତ ଶିକ୍ଷାବର୍ଷଠାରୁ ଯୁକ୍ତ ୨ ପ୍ରଥମ ବର୍ଷ ବିଜ୍ଞାନ ପାଇଁ ନାମଲେଖା ଚାଲିଛି। ପ୍ରଥମ ପର୍ଯାୟରେ ବିଦ୍ୟାଳୟରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ମେରିଟ୍‌ ତାଲିକା ଅନୁସାରେ ପ୍ରାଥମିକତା ଦିଆଯାଇଛି। ତେଣୁ ଶନିବାର ସୁଦ୍ଧା ଅଧାରୁ ଅଧିକ ସିଟ୍‌ରେ ଛାତ୍ରୀଛାତ୍ର ଯୁକ୍ତ ୨ ପ୍ରଥମ ବର୍ଷ ବିଜ୍ଞାନରେ ନାମ ଲେଖାଇଲେଣି । ଯାହାକି ଅଞ୍ଚଳବାସୀଙ୍କ ପାଇଁ ଖୁସିର ଖବର। ଯଦି କିଛି ସିଟ୍‌ ବଳକା ରହେ ତେବେ ନୀତି ନିୟମ ଅନୁସାରେ ଅନ୍ୟ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନାମ ଲେଖା ପାଇଁ ସୁଯୋଗ ମିଳିବ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,
ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଉପଜିଲାପାଳ ତଥା ବିଦ୍ୟାଳୟ ଚେୟାରମ୍ୟାନ ଉମାଶଙ୍କର ବେହେରାଙ୍କ ଆଗ୍ରହ ଏବଂ ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ପ୍ରଚେଷ୍ଟାରେ ଏଠାରେ ଯୁକ୍ତ ୨ ଖୋଲିପାରିଛି। ପୂର୍ବରୁ ଏଠାରୁ ଉତ୍ତୀର୍ଣ୍ଣ ହେଉଥିବା ମାଟ୍ରିକ୍‌ ଛାତ୍ରୀଛାତ୍ର ଅନ୍ୟ ସହରରେ ପାଠ ପଢ଼ୁଥିଲେ। ଫଳରେ ଅଭିଭାବକମାନେ ଖର୍ଚ୍ଚାନ୍ତ ହେଉଥିଲେ। ଏଣିକି ଏହି ସମସ୍ୟା ଚଳିତ ବର୍ଷ ଠାରୁ ଦୂରେଇ ଯାଇଛି। ଯାହାକୁ ନେଇ ଅଭିଭାବକ ଏବଂ ଛାତ୍ରୀଛାତ୍ରମାନେ ଖୁସିବ୍ୟକ୍ତ କରିଛନ୍ତି।

ସୂଚନାଯୋଗ୍ୟ, ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ କେନ୍ଦ୍ରୀୟ ବିଦ୍ୟାଳୟ ଚାଲିଛି। ବିଦ୍ୟାଳୟ ଖୋଲିବାର ୧୬ ବର୍ଷ ପରେ ଇତିମଧ୍ୟରେ ସ୍ଥାୟୀ କୋଠା ନିର୍ମାଣ ପାଇଁ ୩୩ କୋଟି ୧୦ ଲକ୍ଷ ଅନୁମୋଦନ ହୋଇଥିଲା। କିନ୍ତୁ ସେଠାରେ ଆଉ ୩ ଟି ଅଧିକ ଶ୍ରେଣୀ ଖୋଲିବା ପାଇଁ ନକ୍ସାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ତେଣୁ ଅନୁମୋଦନ ଅର୍ଥ ଆଉ କିଛି କୋଟି ମଧ୍ୟ ବଢ଼ିବ। ଇତିମଧ୍ୟରେ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଦିଲ୍ଲୀ ପକ୍ଷରୁ ଯୁକ୍ତ ୨ ପାଇଁ ୭ ଜଣ ପିଜିଟି ଶିକ୍ଷକ ପଦବୀକୁ ଅନୁମୋଦନ ଦେଇଛନ୍ତି। ଖୁବ୍‌ଶୀଘ୍ର ଉକ୍ତ ନୂତନ ଶିକ୍ଷକମାନେ କାର୍ଯ୍ୟରେ ଯୋଗଦେବେ। ସେଗୁଡ଼ିକ ହେଲା (ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ, ଜୀବ ବିଜ୍ଞାନ, କମ୍ପ୍ୟୁଟର ସାଇନ୍ସ, ଇଂରାଜୀ ଓ ହିନ୍ଦୀ)। ଅପରପକ୍ଷେ ସ୍ଥାୟୀ କୋଠା ନିର୍ମାଣ ହେବାକୁ ୨ ବର୍ଷ ଲାଗିଯିବ। ଏହା ପୂର୍ବରୁ ବର୍ତ୍ତମାନର ବିଦ୍ୟାଳୟର ଅସ୍ଥାୟୀ କୋଠାର ମରାମତି ପାଇଁ ଏକ ପ୍ରସ୍ତାବ ରାଜ୍ୟ ସରକାରଙ୍କ ପାଖକୁ ଯାଇଛି। ଉକ୍ତ ଅର୍ଥ ଅନୁମୋଦନ ହେଲେ ତାହାର ମରାମତି କାରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?