୧୬ ବର୍ଷ ପରେ ସାଧାରଣ ଲୋକଙ୍କ ପାଇଁ ଖୋଲାଗଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର,୧।୭: ଦୀର୍ଘ ୧୬ ବର୍ଷ ପରେ ସାଧାରଣ ଲୋକଙ୍କ ପାଇଁ ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ। ୨୦୦୮ ମସିହାରେ ଶେଷଥର ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏତେବର୍ଷ ପରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଖୋଲିଥିବାରୁ ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ”ଏହା ଲୋକଙ୍କ ସରକାରରେ ଆଜିଠାରୁ ଲୋକଙ୍କ ପାଇଁ ଖୋଲା ରହିବ ଅଭିଯୋଗ ପ୍ରକୋଷ୍ଠ, ଲୋକେ ସିଧାସଳଖ ଆସି ମୋ ସହ ଭେଟି ନିଜର ସମସ୍ଯା ଜଣାଇପାରିବେ।”

ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବାହ୍ନ ୧୧ଟାରୁ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଉକ୍ତଦିନ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସେଠାରେ ଥିବା କାଉଣ୍ଟରରେ ପଞ୍ଜୀକରଣ କରିବାକୁ ପଡ଼ିବ।

ତେବେ ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। କେତେକ ଦିବ୍ୟାଙ୍ଗ ମଧ୍ୟ ଗୁହାରି ଜଣାଇବା ପାଇଁ ମଧ୍ୟ ସେଠାରେ ବସିଛନ୍ତି। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଛନ୍ତି। ଏହି ସର୍ବସରରେ ସେଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ ମନ୍ତ୍ରୀଗଣ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri