Posted inଜାତୀୟ

୧୯ ବର୍ଷ ପରେ ନିର୍ବାଚନ ଲଢିବାକୁ ଯାଉଛନ୍ତି ଜଣେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୬ ।୧: ପାଖେଇ ଆସିଲାଣି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ଏଥର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁରରୁ ନିର୍ବାଚନ ଲଢିବାକୁ ଯାଉଛନ୍ତି । ରାଜ୍ୟରେ ୧୯ ବର୍ଷ ପରେ ଜଣେ ମୁଖ୍ୟମନ୍ତ୍ରୀ ନିର୍ବାଚନରେ ଲଢିବାକୁ ଯାଉଛନ୍ତି । ଏହା ପୂର୍ବରୁ ୨୦୦୩ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଗୁନ୍ନୌରରୁ ନିର୍ବାଚନ ଲଢିଥିଲେ । ଗୁନ୍ନୌରର ତତ୍କାଳୀନ ବିଧାୟକ ଅଜିତ କୁମାର ଯାଦବ ରାଜୁ, ମୁଲାୟମଙ୍କ ପାଇଁ ଆସନ ଖାଲି କରିଥିଲେ । ଏହାପରେ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଥିବା ରାଜନାଥ ସିଂ, ମାୟାବତୀ, ଅଖିଳେଶ ଯାଦବ ଓ ଯୋଗୀ ଆଦିତ୍ୟନାଥ ବିଧାନ ପରିଷଦ ସଦସ୍ୟ ନିର୍ବାଚିତ ହୋଇଥିଲେ ।
ଚଳିତବର୍ଷ ବିଧାନସଭା ନିର୍ବାଚନ ଲାଗି ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ୧୦୭ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି । ଯୋଗୀ ଆଦିତ୍ୟନାଥ ଅଯୋଧ୍ୟାରୁ ନିର୍ବାଚନ ଲଢିବା କଥା ଆଲୋଚନା ହେଉଥିବା ବେଳେ ଏଥିରେ ପୂର୍ଣ୍ଣଚ୍ଛେଦ ପଡିଛି । ଏବେ ସେ ଗୋରଖପୁରରୁ ପ୍ରାର୍ଥୀ ହୋଇଛନ୍ତି । ଏହାସହ ୧୯ ବର୍ଷ ପରେ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚନ ଲଢିବାକୁ ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri