୨ଦିନ ପରେ ବସ୍‌ ଚଳାଚଳ ସ୍ବାଭାବିକ

ବାଲେଶ୍ୱର ଅଫିସ, ୧୧।୧ ବାଲେଶ୍ୱର ଓ ବାରିପଦା ବସ୍‌ ମାଲିକ ସଂଘ ମଧ୍ୟରେ ତିକ୍ତତା ଯୋଗୁ ଗତ ୮ତାରିଖରୁ ବସ୍‌ ଚଳାଚଳ ବନ୍ଦ ଥିଲା। ସୋମବାର ଉଭୟ ଆର୍‌ଟିଓ, ବସ୍‌ ମାଲିକ ସଂଘ, ପୋଲିସ ମିଳିତ ଭାବେ ଆଲୋଚନା କରି ସମସ୍ୟାର ସମାଧାନ କରିବା ପରେ ବସ୍‌ ଚଳାଚଳ ସ୍ବାଭାବିକ ହୋଇଛି।
ବାରିପଦାରୁ ଭାୟା ଉଦଳା ଦେଇ ବାଲେଶ୍ୱର ଆସୁଥିବା ଓମ୍‌ ମୋଟର୍ସକୁ ବାଲେଶ୍ୱର ବସ୍‌ଷ୍ଟାଣ୍ଡରୁ ଛାଡ଼ିବା ପାଇଁ ଅପରାହ୍ନ ୧ଟା ୧୬ମିନିଟ୍‌ ସରକାରୀ ସମୟ ଧାର୍ଯ୍ୟ ହୋଇଥିବା ବେଳେ ବାଲେଶ୍ୱର ସଂଘ ୨ଟା ୧୦ମିନିଟ୍‌ ସମୟ ଦେଇଥିଲା। ବେଳେ ବେଳେ ପୁଣି ତାକୁ ଆହୁରି ୨୦ମିନିଟ୍‌ ବିଳମ୍ବରେ ଛଡ଼ାଯାଏ। ଏ ସମ୍ପର୍କରେ ବାରିପଦା ବସ୍‌ ମାଲିକ ସଂଘ ପକ୍ଷରୁ ଉଭୟ ବାଲେଶ୍ୱର, ବାରିପଦା ଆର୍‌ଟିଓ, ବାଲେଶ୍ୱର ସଂଘକୁ ଲିଖିତ ଜଣାଇଥିଲେ। ଗତ ଡିସେମ୍ବର ୨୭ରେ ବାଲେଶ୍ୱର ବସ୍‌ଷ୍ଟାଣ୍ଡ ପରିସରରେ ଉଭୟ ସଂଘକୁ ନେଇ ଏକ ବୈଠକ ବସିଥିଲା। ଏହାକୁ ଠିକ୍‌ କାର୍ଯ୍ୟକାରୀ କରିବା ପାଇଁ ବାଲେଶ୍ୱର ସଂଘ ଜାନୁୟାରୀ ୧ ତାରିଖ ପର୍ଯ୍ୟନ୍ତ ସମୟ ନେଇଥିଲା। ମାତ୍ର ୮ତାରିଖ ସୁଦ୍ଧା ଓମ୍‌ ମୋଟର୍ସକୁ ସରକାରୀ ଧାର୍ଯ୍ୟ ସମୟରେ ନ ଛାଡ଼ି ୨ଟା ୪୫ମିନିଟ୍‌ର ସମୟ ଦେଇଥିଲା। ଏହାକୁ ନ ମାନିଲେ ବସ୍‌ଟିକୁ ବାଲେଶ୍ୱର ବସ୍‌ଷ୍ଟାଣ୍ଡରୁ ବାହାର କରିଦେବା ପାଇଁ ଏବଂ ଚଲାଇବାକୁ ନ ଦେବା ନିମନ୍ତେ ଚେତାବନୀ ଦେଇଥିଲା। ସମାନ ଭାବେ ବାରିପଦା ବସ୍‌ଷ୍ଟାଣ୍ଡରେ ବାଲେଶ୍ୱର ମାଲିକଙ୍କ ବସ୍‌ଗୁଡ଼ିକୁ ପୂରାଇ ଦିଆଯାଇ ନ ଥିଲା। ଏହାକୁ ନେଇ ବାଲେଶ୍ୱର ବସ୍‌ ମାଲିକ ସଂଘ ପକ୍ଷରୁ ଗତ ୮ ତାରିଖରେ ବାଲେଶ୍ୱର ବସ୍‌ଷ୍ଟାଣ୍ଡରେ ଟାଟାରୁ ଭୁବନେଶ୍ୱର ଯାଉଥିବା ମିନିବସ୍‌କୁ ଅଟକାଇ ବସ୍‌ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ଏନେଇ ସହଦେବଖୁଣ୍ଟା ମଡ଼େଲ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ସେହିପରି ବାରିପଦା ବସ୍‌ଷ୍ଟାଣ୍ଡର ବାଲେଶ୍ୱର ମାଲିକ ସଂଘର ଆର୍ଯ୍ୟନ୍‌ ବସ୍‌କୁ ଅଟକାଇ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଥିଲେ। ଫଳରେ ୨ଦିନ ଧରି ଉଭୟ ଜିଲାରେ ବସ୍‌ ଚଳାଚଳ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?