ଗଞ୍ଜାମରେ କରୋନା ସ୍ଥିତି ଅସମ୍ଭାଳ: ୨ ଆଇଏଏସ୍‌ ପରେ ଗଲେ ୬ ଓଏଏସ୍‌

ଭୁବନେଶ୍ୱର,୪।୭(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ ଜିଲା। ଗୋଟିଏ ପଟେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୬୦୧ରେ ପହଞ୍ଚିଥିବା ବେଳେ ସେଥିରୁ ୨୦୬୬ଜଣ ଗଞ୍ଜାମର। ଏପରିକି ଦିନକୁ ଦିନ ଗଞ୍ଜାମରେ ସ୍ଥିତି ଅସମ୍ଭାଳ ହେଉଥିବା ଦେଖିବାକୁ ମିଳୁଛି। ଫଳରେ ସର୍ବାଧିକ ଆକ୍ରାନ୍ତ ଏହି ଜିଲାରୁ ଚିହ୍ନଟ ହେଉଛନ୍ତି। ରାଜ୍ୟ ସରକାରଙ୍କ ପାଇଁ ଏହା ମୁଣ୍ଡବିନ୍ଧାର କାରଣ ପାଲଟିଛି। ଏହି ପରିପ୍ରେକ୍ଷୀରେ ଶନିବାର ୨ ଆଇଏଏସ୍‌ ଓ ୬ ଓଏଏସ୍‌ଙ୍କୁ ଗଞ୍ଜାମ ପଠାଯାଇଥିବା ସୂଚନା ମିଳିଛି। ସେମାନେ କରୋନା ପରିଚାଳନା ନେଇ ଜିଲା ପ୍ରଶାସନ ନିର୍ଦ୍ଦେଶରେ କାମ କରିବେ ବୋଲି ଜଣାପଡ଼ିଛି।

ଓଏଏସ୍‌ ସୁଧାକର ନାୟକ, ଲୋକନାଥ ଦଳବେହେରା, ପଦ୍ମନାଭ ବେହେରା, ଶକ୍ତିକାନ୍ତ ରାୟ, ଚିତ୍ତରଞ୍ଜନ ମହାନ୍ତ, ଶୁଭେନ୍ଦ୍ର କୁମାର ସାମଲ ପ୍ରମୁଖ ଗଞ୍ଜାମ ଯାଇଛନ୍ତି। ପୂର୍ବରୁ ଛତ୍ରପୁର ଓ ଭଞ୍ଜନଗର ଉପଖଣ୍ଡର ଦାୟିତ୍ୱ ନେବାକୁ ୨ ସ୍ପେଶାଲ ଏଡିଏମ୍‌(ଆଇଏଏସ୍‌ ପାରୁଲ ପଟାଓ୍ବାରୀ, ବିଶାଲ ସିଂହ)ଙ୍କୁ ନିଯୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri