ନିର୍ମାଣକୁ ୨ ମାସ ପୂରିଲାନି: ରାସ୍ତା ଫାଟିଲା

ମାହାଙ୍ଗା,୩ା୭(ଯଯାତି ସିଂହ): ସରକାର ଗ୍ରାମାଞ୍ଚଳରେ ଲୋକମାନଙ୍କ ଗମନାଗମନର ସୁବିଧା ନିମନ୍ତେ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା ଉନ୍ନତୀକରଣ କରୁଛନ୍ତି। ତେବେ ରାସ୍ତା ନିର୍ମାଣର କିଛି ଦିନ ମଧ୍ୟରେ ଅନେକ ସ୍ଥାନରେ ଏହା ଭାଙ୍ଗିରୁଜି ଯାଉଛି। ଏହାର ଉଦାହରଣ ମାହାଙ୍ଗା ବ୍ଲକରେ ଦେଖିବାକୁ ମିଳିଛି। ଏହି ବ୍ଲକର ମାହାଙ୍ଗା ଗ୍ରାମରେ ଗୋକନ-ବଇଁଚୁଆ -ପଲ୍ଲିସାହି ଭାୟା ଆଦର୍ଶ ବିଦ୍ୟାଳୟ ରାସ୍ତା ନିର୍ମାଣ ଓ ଉନ୍ନତୀକରଣ କାର୍ଯ୍ୟ ଚାଲୁଛି ା ମାତ୍ର ଠିକାଦାର କାର୍ଯ୍ୟ ଅଧାରୁ ବନ୍ଦ କରିଦେଇଛି। ସେହିପରି ଆଦର୍ଶ ବିଦ୍ୟାଳୟ -ମୁରଲିଛକ ରାସ୍ତାରେ ୨ ମାସ ପୂର୍ବେ ପିଚୁ କାର୍ଯ୍ୟ କରାଯାଇଥିଲା। ମାତ୍ର ଅଳ୍ପ ଦିନ ମଧ୍ୟରେ ରାସ୍ତାର ଓଷଙ୍ଗ ସ୍କୁଲ ନିକଟ ଉଭୟ ପାର୍ଶ୍ୱରେ ପିଚୁ ଉଠିଯାଇଛି। ଏହା ଦବିଯାଇ ଫାଟି ଆଁ କରିଛି। ଫଳରେ ରାସ୍ତାର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ନିମ୍ନମାନର କାମଯୋଗୁ ରାସ୍ତାର ଏପରି ଅବସ୍ଥା ହୋଇଥିବା କୁହାଯାଉଛି।
ପ୍ରକାଶ ଯେ, ମାହାଙ୍ଗା ବିଧାୟକ ତଥା ତକତ୍ାଳୀନ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଗତ ୨୭।୩।୨୨ରେ ଏହି ରାସ୍ତାର ଶିଳାନ୍ୟାସ କରିଥିଲେ ା ଗ୍ରାମ ଉନ୍ନୟନ ବିଭାଗ ପକ୍ଷରୁ ୯ କିମି ରାସ୍ତା ପାଇଁ ୫ କୋଟି ୩୧ ଲକ୍ଷ ଟଙ୍କା ବ୍ୟୟ ମଞ୍ଜୁର କରାଯାଇ ଥିଲା। କିନ୍ତୁ ଏହି କାର୍ଯ୍ୟର ବିଭିନ୍ନ ପ୍ରକାର ଅନିୟମିତତା ହେଇଥିବା ଦେଖିବାକୁ ମିଳିଛି। ଅପରପକ୍ଷେ ଆଦର୍ଶ ବିଦ୍ୟାଳୟଠାରୁ ମୁରଲିଛକ ପର୍ଯ୍ୟନ୍ତ ରାସ୍ତା କାର୍ଯ୍ୟ ଗତ ୨ ମାସ ହେବ ସରିଥିବାବେଳେ ପଲ୍ଲିସାହି-ଗୋକନ-ବଇଁଚୁଆ ରାସ୍ତା ନିର୍ମାଣ କାର୍ଯ୍ୟକୁ ସମ୍ପୃକ୍ତ ଠିକାଦାର ଅଧାପନ୍ତରିଆ କରି ବନ୍ଦ କରିଦେଇଛି। ଫଳରେ ରାସ୍ତା ଉପରେ ନିର୍ଭର କରୁଥିବା ଜନସାଧାରଣ ଅସୁବିଧାର ସମ୍ମୁଖିନ ହେଉଛନ୍ତି। ନିର୍ମାଣ ହୋଇଥିବା ରାସ୍ତାରେ ପିଚୁ କାର୍ଯ୍ୟ ପରେ ଠିକ୍‌ ଭାବରେ ରୋଲିଂ ନ ହେବାରୁ ବିଭିନ୍ନ ସ୍ଥାନରେ ସମତୁଲ ହୋଇ ନପାରି ଫାଟି ଯାଇଛି। ଏନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ କଟକ ଜିଲା ଗ୍ରାମ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଅଶୋକ ସାହୁ କୁହନ୍ତି, ଏ ବିଷୟରେ ତାଙ୍କ ପାଖରେ କୌଣସି ସୂଚନା ନାହିଁ। ସେହିପରି ଅର୍ଦ୍ଧ ନିର୍ମିତ ହୋଇପଡି ରହିଥିବା ରାସ୍ତାକାର୍ଯ୍ୟ ଖିୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ସାହୁ କହଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri