୨୦ ବର୍ଷ ଯୁଦ୍ଧ ପରେ ଖାଲିହାତରେ ଫେରୁଛନ୍ତି ଆମେରିକା ସୈନ୍ୟବାହିନୀ, ୬,୩୮୪ ସୈନ୍ୟଙ୍କ ଯାଇଛି ଜୀବନ…

କାବୁଲ/ଓ୍ବାଶିଂଟନ,୧୨।୭: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ସ୍ବଦେଶ ବାହୁଡ଼ିବା ଜାରି ରହିଛି। ଏପରିସ୍ଥଳେ ଦେଶର ୮୫ ପ୍ରତିଶତ ଅଞ୍ଚଳକୁ ତାଲିବାନ ଆତଙ୍କବାଦୀ ନିଜ କବ୍‌ଜାକୁ ମଧ୍ୟ ନେଇ ସାରିଛନ୍ତି। ଫଳରେ ଆଫଗାନିସ୍ତାନରେ ଆତଙ୍କବାଦୀ ସଂଗଠନର ଶାସନ ପୁଣି ଫେରିବାକୁ ଯାଉଛି। ଆମେରିକା ପକ୍ଷରୁ ଏଠାରେ ସୈନ୍ୟବାହିନୀ ମୁତୟନ କରାଯାଇଥିଲା। ଆଫଗାନିସ୍ତାନ ସରକାରଙ୍କ ସହିତ ମିଳିତ ଭାବେ ଆମେରିକା ତାଲିବାନ ବିରୋଧରେ ଲଢ଼େଇ ଜାରି ରଖିଥିଲା। ତେବେ ଶେଷର ୨୦ ବର୍ଷର ଲଢ଼େଇ ପରେ ଆମେରିକା ସୈନ୍ୟ ଖାଲିହାତରେ ସ୍ବଦେଶ ଫେରୁଛନ୍ତି। ଦେଶରେ ୨୦୦୧ର ପୂର୍ବ ଦୟନୀୟ ଅବସ୍ଥା ପୁଣି ଫେରିବାକୁ ଯାଉଛି। ଅଜଣା ଭୟରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଆଫାଗାନିସ୍ତାନ ଯୁଦ୍ଧରେ ଆମେରିକାର ୧୬୭ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ସେହିପରି ଆମେରିକା ସୈନ୍ୟବାହିନୀର ୬,୩୮୪ ସୈନ୍ୟଙ୍କ ଜୀବନ ମଧ୍ୟ ଯାଇଛି। ୯ଲକ୍ଷ ୭୦ ହଜାରରୁ ଅଧିକ ସୈନ୍ୟ ଆହତ ହୋଇଛନ୍ତି। ତାଲିବାନ ବିରୋଧୀ ଲଢ଼େଇରେ ୨ଲକ୍ଷ ୪୧ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଆମେରିକା ବ୍ରାଉନ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଫଗାନିସ୍ତାନ ଯୁଦ୍ଧରେ ହୋଇଥିବା ଲାଭ କ୍ଷତି ସମ୍ପର୍କରେ ପ୍ରକାଶ ପାଇଥିବା ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଭାରତର ପ୍ରତିରକ୍ଷା ବଜେଟର ୪୦ ଗୁଣା ଟଙ୍କା ଆମେରିକା ଆଫଗାନିସ୍ତାନରେ ଖର୍ଚ୍ଚ କରିଥିଲେ ବି କୌଣସି ସଫଳତା ମିଳି ନ ଥିବା ରିପୋର୍ଟରେ ପ୍ରକାଶ ପାଇଛି। ୨୦୨୧-୨୨ ପାଇଁ ଭାରତର ପ୍ରତିରକ୍ଷା ବଜେଟ୍‌ ୪.୭୮ ଲକ୍ଷ କୋଟି ରହିଛି। ଆଫଗାନିସ୍ତାନ ଯୁୂଦ୍ଧରେ ତାଲିବାନ୍‌ ଶିବିର ଉପରେ ହୋଇଥିବା ଆମେରିକାର ଡ୍ରୋନ୍‌ ଆକ୍ରମଣରେ ୭୧,୩୪୪ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri