୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ ଧରି ଏଠାରେ ରହୁଥିଲେ ମଧ୍ୟ ସେମାନଙ୍କୁ ପାନୀୟଜଳ, ବିଦ୍ୟୁତ, ଆବାସ ଯୋଜନା, ରାସ୍ତା ଘାଟରୁ ବଞ୍ଚିତ ହୋଇ ବହୁ ଅସୁବିଧାରେ କାଳାତିପାତ କରୁଛନ୍ତି। ଏପର୍ଯ୍ୟନ୍ତ ଆଧାର କାର୍ଡ ସମେତ ଅନ୍ୟାନ୍ୟ ମୌଳିକ ପରିଚୟପତ୍ରରୁ ବଞ୍ଚିତ ରହିଥିବା ପଡ଼ାବାସୀ ଅଭିଯୋଗ କରିଛନ୍ତି। ଫଳରେ ସେମାନେ ବିଭିନ୍ନ ସରକାରୀ ଯୋଜନା ଓ ସୁବିଧାର ଲାଭ ପାଇବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ସୂଚନା ଅନୁସାରେ, ପ୍ରାୟ ୨୨ ବର୍ଷ ପୂର୍ବେ କେସିଙ୍ଗା ରେଳ ଷ୍ଟେଶନ ନିକଟସ୍ଥ କୁଡ଼ାପଡ଼ା ଅଞ୍ଚଳରୁ ଏହି ପରିବାରମାନଙ୍କୁ ସେତେବେଳର ଜିଲାପାଳ ସ୍ଥାନାନ୍ତର କରି କୁର୍ଲୁପଡ଼ା ନିକଟ ଜଙ୍ଗଲ ସଂଲଗ୍ନ ଅଞ୍ଚଳରେ ବସବାସ ପାଇଁ ବ୍ୟବସ୍ଥା କରିଥିଲେ। ସେହି ଦିନଠାରୁ କଲେକ୍ଟର ପଡ଼ାରେ ନାମିତ ହୋଇଛି।
ବର୍ତ୍ତମାନ ଉକ୍ତ ଅଞ୍ଚଳ ଇଡକୋ (IDCO) ଅଧୀନକୁ ଯାଇଥିବାରୁ ସେମାନଙ୍କୁ ସ୍ଥାନ ଖାଲି କରିବାକୁ କୁହାଯାଉଥିବା ଅଭିଯୋଗ ହୋଇଛି। ଦିନମଜୁରି କରି ପରିବାର ପ୍ରତିପୋଷଣ କରୁଥିବା ଏହି ପରିବାରଗୁଡ଼ିକ ଏବେ ଉଚ୍ଛେଦ ଭୟରେ ଦିନ କାଟୁଛନ୍ତି। ଆମେ ଯଦି ଏଠାରୁ ଉଚ୍ଛେଦ ହେବୁ, ତେବେ ଯିବୁ କେଉଁଠି? ବୋଲି ସେମାନେ ପ୍ରଶ୍ନ କରିଛନ୍ତି।
ସରକାର କେହି ବାସହରା ହେବେ ନାହିଁ ବୋଲି କେନ୍ଦ୍ର ଓ ରାଜ୍ୟ ସରକାର ଡିଣ୍ଡିମ ପିଟୁଥୁବା ବେଳେ, କଲେକ୍ଟରପଡ଼ା ବାସିନ୍ଦାଙ୍କ ସ୍ଥିତି ତାହାର ବିପରୀତ ଚିତ୍ର ପ୍ରଦର୍ଶନ କରୁଥିବା ଅଭିଯୋଗ ଉଠିଛି। ସେମାନଙ୍କୁ ତୁରନ୍ତ ଆଧାର କାର୍ଡ ସମେତ ସମସ୍ତ ମୌଳିକ ପରିଚୟପତ୍ର ପ୍ରଦାନ କରିବା ସହ ପାନୀୟଜଳ, ବିଦ୍ୟୁତ ସେବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ରାସ୍ତା ର୍ନିମାଣ କରିବା ସହଏହି ସବୁ ସ୍ଥାୟୀ ବସବାସର ବ୍ୟବସ୍ଥା କରିବାକୁ ସ୍ଥାନୀୟ ପଡ଼ାବାସୀ ଏମଏସଏମଇ ପାର୍କ ଉଦଘାଟନ ଦିବସରେ ଜିଲାପାଳ ଓ ଏମପିଙ୍କୁ ଦାବି କରିଥିଲେ।
ଜିଲାପାଳଏହି ଅଭିଯୋଗ ଜାଣିଲା ପରେ କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ଜନ୍ମେଜୟ ସ୍ବାଇଁ , କସୃପଡା ରାଜସ୍ବ ନିରୀକ୍ଷକ ସୁରେଶ ବିଶ୍ୱାଳ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଶାସନ ଉକ୍ତ କଲେକ୍ଟରପଡ଼ାକୁ ପହଞ୍ଚି ବାସିନ୍ଦାଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନେବା ସହ ଯୋଗ୍ୟ ହିତାଧିକାରୀଙ୍କୁ ଜମି ପ୍ରଦାନ ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ସହ ପାନୀୟଜଳ, ବିଦ୍ୟୁତ ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?