୨୩ ବର୍ଷ ପରେ ମିଳିଲା ମନ୍ତ୍ରୀପଦ

ଢେଙ୍କାନାଳ,୧୩ା୬(ରତନ ନାୟାର)ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀକୁ ୨୩ବର୍ଷ ପରେ ମିଳିଛି ମନ୍ତ୍ରୀପଦ। ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ଭାଜପା ବିଧାୟକ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ରାଜ୍ୟ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍‌ ପାହ୍ୟା ମିଳିଛି। ଏହି ଖବର ମିଳିବା ପରେ ଢେଙ୍କାନାଳ ଭାଜପା ଶିବିରରେ ଖୁସିର ଲହରି ଖେଳିଯାଇଛି।
ପ୍ରକାଶ ଯେ, ୧୯୭୪ ମସିହାରେ ଢେଙ୍କାନାଳ ବିଧାନସଭା ଆସନରୁ କଂଗ୍ରେସ ଦଳର ବିଧାୟିକା ଭାବେ ନନ୍ଦିନୀ ଶତପଥୀ ନିର୍ବାଚିତ ହୋଇ ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହାପରେ ୧୯୯୫ରୁ ୨୦୦୦ ମସିହା ଯାଏ ରାଜ୍ୟରେ କଂଗ୍ରେସ ସରକାର ସମୟରେ ଢେଙ୍କାନାଳର ତତ୍କାଳୀନ କଂଗ୍ରେସ ବିଧାୟକ ନବୀନଚନ୍ଦ୍ର ନାରାୟଣ ଦାସ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିଲେ। ତାଙ୍କୁ ରାଷ୍ଟ୍ରପାହ୍ୟା ମନ୍ତ୍ରୀ କରାଯାଇଥିଲା। ଏହାପରଠାରୁ ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର କୌଣସି ବିଧାୟକ ମନ୍ତ୍ରୀ ହେବାର ସୌଭାଗ୍ୟ ପାଇ ନ ଥିଲେ। ତେବେ ୨୦୨୪ ନିର୍ବାଚନରେ ଏହି ଆସନରୁ ବିଜୟୀ ହୋଇଥିବା କୃଷ୍ଣଚନ୍ଦ୍ରଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ପଦ ମିଳିଛି। କୃଷ୍ଣଚନ୍ଦ୍ର ୨୦୦୦ ମସିହାରେ ପ୍ରଥମେ ବିଜେଡି-ଭାଜପା ମେଣ୍ଟ ସରକାରରେ ଭାଜପା ପ୍ରାର୍ଥୀ ଭାବେ ବିଜୟୀ ହୋଇ ବିଧାୟକ ହୋଇଥିଲେ। ଏହାପରେ ସେ ୨୦୦୪, ୨୦୦୯, ୨୦୧୪, ୨୦୧୯ ନିର୍ବାଚନରେ ପରାଜିତ ହୋଇଥିଲେ। ତାଙ୍କର ଶିକ୍ଷାଗତ ଯୋଗ୍ୟତା ଏମ୍‌ଏସ୍‌ସି ଓ ଏଲ୍‌ଏଲ୍‌ବି। ସେ ପୂର୍ବରୁ ଭାଜପା ଜିଲା ସଭାପତି ରହିଥିବା ବେଳେ ରାଜ୍ୟ ଭାଜପା ଓବିସି ମୋର୍ଚ୍ଚା ସଭାପତି ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ଢେଙ୍କାନାଳ ଆଞ୍ଚଳିକ ଉନ୍ନୟନ ପରିଷଦ(ଡ୍ରିଟ୍‌)ର ଅଧ୍ୟକ୍ଷ ଓ ଢେଙ୍କାନାଳ ଆଇନ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ଭାବେ କାର୍ଯ୍ୟ କରିଥିଲେ। ସୂଚନାଯୋଗ୍ୟ, ଢେଙ୍କାନାଳ ଜିଲାର ୪ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ପୂର୍ବରୁ କେବଳ ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ଅଞ୍ଜଳି ବେହେରା, କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରଫୁଲ୍ଲ କୁମାର ମଲ୍ଲିକ କ୍ୟାବିନେଟ୍‌ ମନ୍ତ୍ରୀ ହୋଇଥିବା ବେଳେ ପରଜଙ୍ଗର ପୂର୍ବତନ ବିଧାୟକ ଡା. ନୃସିଂହ ଚରଣ ସାହୁ ରାଷ୍ଟ୍ରମନ୍ତ୍ରୀ ହୋଇପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri