୨୩ ବର୍ଷ ପରେ ମିଳିଲା ମନ୍ତ୍ରୀପଦ

ଢେଙ୍କାନାଳ,୧୩ା୬(ରତନ ନାୟାର)ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀକୁ ୨୩ବର୍ଷ ପରେ ମିଳିଛି ମନ୍ତ୍ରୀପଦ। ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ଭାଜପା ବିଧାୟକ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ରାଜ୍ୟ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍‌ ପାହ୍ୟା ମିଳିଛି। ଏହି ଖବର ମିଳିବା ପରେ ଢେଙ୍କାନାଳ ଭାଜପା ଶିବିରରେ ଖୁସିର ଲହରି ଖେଳିଯାଇଛି।
ପ୍ରକାଶ ଯେ, ୧୯୭୪ ମସିହାରେ ଢେଙ୍କାନାଳ ବିଧାନସଭା ଆସନରୁ କଂଗ୍ରେସ ଦଳର ବିଧାୟିକା ଭାବେ ନନ୍ଦିନୀ ଶତପଥୀ ନିର୍ବାଚିତ ହୋଇ ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହାପରେ ୧୯୯୫ରୁ ୨୦୦୦ ମସିହା ଯାଏ ରାଜ୍ୟରେ କଂଗ୍ରେସ ସରକାର ସମୟରେ ଢେଙ୍କାନାଳର ତତ୍କାଳୀନ କଂଗ୍ରେସ ବିଧାୟକ ନବୀନଚନ୍ଦ୍ର ନାରାୟଣ ଦାସ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିଲେ। ତାଙ୍କୁ ରାଷ୍ଟ୍ରପାହ୍ୟା ମନ୍ତ୍ରୀ କରାଯାଇଥିଲା। ଏହାପରଠାରୁ ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର କୌଣସି ବିଧାୟକ ମନ୍ତ୍ରୀ ହେବାର ସୌଭାଗ୍ୟ ପାଇ ନ ଥିଲେ। ତେବେ ୨୦୨୪ ନିର୍ବାଚନରେ ଏହି ଆସନରୁ ବିଜୟୀ ହୋଇଥିବା କୃଷ୍ଣଚନ୍ଦ୍ରଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ପଦ ମିଳିଛି। କୃଷ୍ଣଚନ୍ଦ୍ର ୨୦୦୦ ମସିହାରେ ପ୍ରଥମେ ବିଜେଡି-ଭାଜପା ମେଣ୍ଟ ସରକାରରେ ଭାଜପା ପ୍ରାର୍ଥୀ ଭାବେ ବିଜୟୀ ହୋଇ ବିଧାୟକ ହୋଇଥିଲେ। ଏହାପରେ ସେ ୨୦୦୪, ୨୦୦୯, ୨୦୧୪, ୨୦୧୯ ନିର୍ବାଚନରେ ପରାଜିତ ହୋଇଥିଲେ। ତାଙ୍କର ଶିକ୍ଷାଗତ ଯୋଗ୍ୟତା ଏମ୍‌ଏସ୍‌ସି ଓ ଏଲ୍‌ଏଲ୍‌ବି। ସେ ପୂର୍ବରୁ ଭାଜପା ଜିଲା ସଭାପତି ରହିଥିବା ବେଳେ ରାଜ୍ୟ ଭାଜପା ଓବିସି ମୋର୍ଚ୍ଚା ସଭାପତି ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ଢେଙ୍କାନାଳ ଆଞ୍ଚଳିକ ଉନ୍ନୟନ ପରିଷଦ(ଡ୍ରିଟ୍‌)ର ଅଧ୍ୟକ୍ଷ ଓ ଢେଙ୍କାନାଳ ଆଇନ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ଭାବେ କାର୍ଯ୍ୟ କରିଥିଲେ। ସୂଚନାଯୋଗ୍ୟ, ଢେଙ୍କାନାଳ ଜିଲାର ୪ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ପୂର୍ବରୁ କେବଳ ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ଅଞ୍ଜଳି ବେହେରା, କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରଫୁଲ୍ଲ କୁମାର ମଲ୍ଲିକ କ୍ୟାବିନେଟ୍‌ ମନ୍ତ୍ରୀ ହୋଇଥିବା ବେଳେ ପରଜଙ୍ଗର ପୂର୍ବତନ ବିଧାୟକ ଡା. ନୃସିଂହ ଚରଣ ସାହୁ ରାଷ୍ଟ୍ରମନ୍ତ୍ରୀ ହୋଇପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri