ଅପହରଣର ୨୪ଘଣ୍ଟା ପରେ ନାବାଳିକା ଉଦ୍ଧାର

ତୁମୁଡିବନ୍ଧ,୧୧ା୧୦(ଡି.ଏନ.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଅଞ୍ଚଳର ଜଣେ ୧୫ ବର୍ଷିିୟା ନାବାଳିକାଙ୍କୁ ରବିବାର ଅପହରଣ କରାଯାଇଥିଲା। ଏହାର ୨୪ଘଣ୍ଟା ପରେ ଅର୍ଥାତ୍‌ ସୋମବାର ମାଲିପଡା ରାସ୍ତାରେ ନାବାଳିକା ଜଣକ ଏକା ଚାଲି ଚାଲି ଯାଉଥିବା ବେଳେ ତୁମୁଡିବନ୍ଧ ପୋଲିସ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ସନ୍ଦେହରେ ଯୁବତୀଙ୍କ ଗ୍ରାମର ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ ଉଦ୍ଧାର ନାବାଳିକାଙ୍କୁ ଭେଟିବା ପାଇଁ ପରିବାର ପକ୍ଷରୁ ନିବେଦନ କରାଯାଇଥିଲେ ମଧ୍ୟ ପୋଲିସ ତାଙ୍କୁ ଦେଖା କରିବାର ସୁଯୋଗ ଦେଇ ନ ଥିବା ତାଙ୍କ ମା’ ଅଭିଯୋଗ କରିଛନ୍ତି।
ପ୍ରକାଶ ଯେ, ତୁମୁଡିବନ୍ଧ ଥାନା ଅଞ୍ଚଳର ଜଣେ ୧୫ବର୍ଷୀୟା ନାବାଳିକା ରବିବାର ପୂର୍ବାହ୍ନ ୧୦ଟାଠାରୁ କେଉଁ ଆଡେ ନିଖୋଜ ହୋଇଯାଇଥିଲେ। ସେ ଘରକୁ ନ ଫେରିବାରୁ ପରିବାର ସହ ସାହି ପଡ଼ିଶା ଲୋକେ ଖୋଜାଖୋଜି କରି ନ ପାଇ ନିରାଶ ହୋଇଥିଲେ। ପରେ ପରିବାର ପକ୍ଷରୁ ରବିବାର ଅପରାହ୍ନରେ ସ୍ଥାନୀୟ ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଥିଲା। ପୋଲିସ ମାମଲା ନଂ.୭୯/୨୨ ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ନାବାଳିକା ଜଣକ ସୋମବାର ପୂର୍ବାହ୍ନ ୧୦ଟାରେ ମାଲିପଡ଼ାଠାରୁ ତୁମୁଡିବନ୍ଧ ରାସ୍ତାରେ ଏକାକି ଚାଲି ଚାଲି ଯାଉଥିବା ବେଳେ ସ୍ଥାନୀୟ ପୋଲିସ ଉଦ୍ଧାର କରିଥିବା ସୂଚନା ଦେଇଛି। ଏହି ଘଟଣାକୁ ନେଇ ତୁମୁଡିବନ୍ଧ ପୋଲିସ ସନ୍ଦେହରେ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଥିବା ତୁମୁଡିବନ୍ଧ ଥାନା ଅଧିକାରୀ ଜୟନ୍ତ କୁମାର ସେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri