ଅପହରଣର ୨୪ଘଣ୍ଟା ପରେ ନାବାଳିକା ଉଦ୍ଧାର

ତୁମୁଡିବନ୍ଧ,୧୧ା୧୦(ଡି.ଏନ.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଅଞ୍ଚଳର ଜଣେ ୧୫ ବର୍ଷିିୟା ନାବାଳିକାଙ୍କୁ ରବିବାର ଅପହରଣ କରାଯାଇଥିଲା। ଏହାର ୨୪ଘଣ୍ଟା ପରେ ଅର୍ଥାତ୍‌ ସୋମବାର ମାଲିପଡା ରାସ୍ତାରେ ନାବାଳିକା ଜଣକ ଏକା ଚାଲି ଚାଲି ଯାଉଥିବା ବେଳେ ତୁମୁଡିବନ୍ଧ ପୋଲିସ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ସନ୍ଦେହରେ ଯୁବତୀଙ୍କ ଗ୍ରାମର ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ ଉଦ୍ଧାର ନାବାଳିକାଙ୍କୁ ଭେଟିବା ପାଇଁ ପରିବାର ପକ୍ଷରୁ ନିବେଦନ କରାଯାଇଥିଲେ ମଧ୍ୟ ପୋଲିସ ତାଙ୍କୁ ଦେଖା କରିବାର ସୁଯୋଗ ଦେଇ ନ ଥିବା ତାଙ୍କ ମା’ ଅଭିଯୋଗ କରିଛନ୍ତି।
ପ୍ରକାଶ ଯେ, ତୁମୁଡିବନ୍ଧ ଥାନା ଅଞ୍ଚଳର ଜଣେ ୧୫ବର୍ଷୀୟା ନାବାଳିକା ରବିବାର ପୂର୍ବାହ୍ନ ୧୦ଟାଠାରୁ କେଉଁ ଆଡେ ନିଖୋଜ ହୋଇଯାଇଥିଲେ। ସେ ଘରକୁ ନ ଫେରିବାରୁ ପରିବାର ସହ ସାହି ପଡ଼ିଶା ଲୋକେ ଖୋଜାଖୋଜି କରି ନ ପାଇ ନିରାଶ ହୋଇଥିଲେ। ପରେ ପରିବାର ପକ୍ଷରୁ ରବିବାର ଅପରାହ୍ନରେ ସ୍ଥାନୀୟ ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଥିଲା। ପୋଲିସ ମାମଲା ନଂ.୭୯/୨୨ ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ନାବାଳିକା ଜଣକ ସୋମବାର ପୂର୍ବାହ୍ନ ୧୦ଟାରେ ମାଲିପଡ଼ାଠାରୁ ତୁମୁଡିବନ୍ଧ ରାସ୍ତାରେ ଏକାକି ଚାଲି ଚାଲି ଯାଉଥିବା ବେଳେ ସ୍ଥାନୀୟ ପୋଲିସ ଉଦ୍ଧାର କରିଥିବା ସୂଚନା ଦେଇଛି। ଏହି ଘଟଣାକୁ ନେଇ ତୁମୁଡିବନ୍ଧ ପୋଲିସ ସନ୍ଦେହରେ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଥିବା ତୁମୁଡିବନ୍ଧ ଥାନା ଅଧିକାରୀ ଜୟନ୍ତ କୁମାର ସେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri