୨୪ ପରେ ବଢ଼ିବ ତାତି

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୨୪ ତାରିଖ ପରେ ତାତି ବଢ଼ିବ। ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାତି ୪୩ ଡିଗ୍ରୀରୁ ୪୬ ଡିଗ୍ରୀ ମଧ୍ୟରେ ରହିବାର ସମ୍ଭାବନା ରହିଛି। ଏହା ସହ ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବା ଆଶଙ୍କା କରାଯାଉଛି। ମୁଖ୍ୟତଃ ଉତ୍ତର-ପଶ୍ଚିମ ଭାରତ ଏବଂ ତେଲେଙ୍ଗାନାରୁ ଉତ୍ତପ୍ତ ପବନ ପ୍ରବାହିତ ହେବା ସହ ସମୁଦ୍ରରୁ ବାୟୁ ପ୍ରବାହ ବନ୍ଦ ରହିବା ଫଳରେ ତାପମାତ୍ରା ବୃଦ୍ଧି ପାଇବ। ଏଭଳି ପରିସ୍ଥିତି ଏକ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ବୋଲି ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ଏହି ସୂଚନା ଦିଆଯାଇଛି।