୨୫ ବର୍ଷ ପରେ ତତ୍କାଳୀନ ଜିଲାପାଳଙ୍କ ସମେତ ୧୦ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୫।୨: ଗଜପତି ଜିଲାରେ ୨୫ ବର୍ଷ ତଳେ ହୋଇଥିବା ଏକ ସରକାରୀ ଅର୍ଥ ହେରଫେର ମାମଲାର ମଙ୍ଗଳବାର ଶୁଣାଣି କରିଛନ୍ତି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ । ପ୍ରମାଣ ଅଭାବରୁ ସେ ତତ୍କାଳୀନ ଜିଲାପାଳଙ୍କ ସମେତ ୧୦ ଜଣଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ତତ୍କାଳୀନ ଗଜପତି ଜିଲାପାଳ ସନ୍ତୋଷ କୁମାର ମିଶ୍ର, ତତ୍କାଳୀନ ଏଡିଏମ୍‌ କୃଷ୍ଣଚନ୍ଦ୍ର ମିଶ୍ର, ତତ୍କାଳୀନ ଅଫିସ ଇନ୍‌ଚାର୍ଜ ଭାସ୍କର ପଟ୍ଟନାୟକ (ଓଏଏସ୍‌), ଇନ୍‌ଚାର୍ଜ ଚିତ୍ତରଞ୍ଜନ ପାତ୍ର(ଓଏଏସ୍‌), ତତ୍କାଳୀନ କାଶୀ ନଗର ବିଡିଓ ନବୀନ ଚନ୍ଦ୍ର ପ୍ରଧାନ, ତତ୍କାଳୀନ ଗୋଷାଣୀ ବିଡିଓ ହରିହର ମଲିକ, ତତ୍କାଳୀନ ନୂଆଗଡ଼ ବିଡିଓ ବିଶ୍ୱନାଥ ମଲିକ, ତତ୍କାଳୀନ ଆର.ଉଦୟଗିରି ବିଡିଓ କ୍ଷୀରାବ୍ଧି ବେହେରା, ତତ୍କାଳୀନ ମୋହନା ବିଡିଓ ଇସ୍‌ମାଇଲ ଗୁରୁ ଓ ଅନ୍ୟ ଜଣେ ମୋହନାର ଗାଡ଼ି ଯୋଗାଣକାରୀ ଆହୋସ ଜେନା। ମାମଲାର ବିଚାର ବେଳେ ଏଡିଏମ୍‌ କୃଷ୍ଣଚନ୍ଦ୍ର ମିଶ୍ର ଓ ତତ୍କାଳୀନ ମୋହନା ବିଡିଓ ଇସ୍‌ମାଇଲ ଗୁରୁଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ସମସ୍ତେ ଅବସର ଗ୍ରହଣ କରିସାରିଛନ୍ତି।
ଯେ, ଗଞ୍ଜାମ-ଗଜପତି ଅବିଭକ୍ତ ଜିଲା ଥିବା ବେଳେ ୧୯୯୨ ଅକ୍ଟୋବରରେ ସ୍ବତନ୍ତ୍ର ଭାବେ ଗଜପତି ଜିଲା ଗଠନ ହୋଇଥିଲା। କେନ୍ଦ୍ର ସରକାରଙ୍କ ପକ୍ଷରୁ ୭୬ ଲକ୍ଷ ୮୮ହଜାର ଟଙ୍କା ଓ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦ ଲକ୍ଷ ଟଙ୍କା ଏପରି ମୋଟ ୯୬ ଲକ୍ଷ ୮୮ହଜାର ଟଙ୍କା ଗଜପତି ଜିଲା ସାକ୍ଷରତା ପରିଷଦକୁ ମଞ୍ଜୁର ହୋଇଥିଲା। ୧୯୯୩ -୯୪ ଆର୍ଥିକ ବର୍ଷରେ ଗଜପତି ଜିଲା ସର୍ବଶିକ୍ଷା ଅଭିଯାନରେ ଖାତା, ବହି, ସ୍ଲେଟ୍‌, ପେନ୍‌ସିଲ, ଗାଡି ଯୋଗାଣ ଇତ୍ୟାଦି ବାବଦରେ ୧୬ଲକ୍ଷ ୫୦ହଜାର ଟଙ୍କା ହେରଫେର ହୋଇଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଘଟଣାର ଅନୁସନ୍ଧାନ କରି ୧୯୯୮ ଜାନୁୟାରୀ ୧୧ରେ ତତ୍କାଳୀନ ଭିଜିଲାନ୍ସ ଇନ୍ସପେକ୍ଟର ଦେବଦତ୍ତ ପଟ୍ଟନାୟକ ନଂ.୬/୯୮ରେ ଏକ ମାମଲା ରୁଜୁ କରିଥିଲେ। ଉପରୋକ୍ତ ସରକାରୀ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ତତ୍କାଳୀନ ଜିଲାପାଳ ସନ୍ତୋଷ କୁମାର ମିଶ୍ରଙ୍କ ସମେତ ୧୦ ଜଣଙ୍କ ନାମରେ ମାମଲା ରୁଜୁ କରିଥିଲା। ପରେ ସେ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ମାମଲାର ବିଚାର ବେଳେ କୋର୍ଟରେ ୨୮ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ମଙ୍ଗଳବାର ମାମଲାର ଶୁଣାଣି ବେଳେ ତତ୍କାଳୀନ ଜିଲାପାଳ ସନ୍ତୋଷ କୁମାର ମିଶ୍ରଙ୍କ ସମେତ ଅନ୍ୟମାନଙ୍କୁ ହାଜର କରାଯାଇଥିଲା। ଜଜ୍‌ ସାକ୍ଷୀଙ୍କ ବୟାନ ଓ ଭିଜିଲାନ୍ସ ପକ୍ଷରୁ କୋର୍ଟରେ ଦାଖଲ ହୋଇଥିବା ଚାର୍ଜଶିଟ୍‌୍‌କୁ ଆଧାର କରି ପ୍ରମାଣ ମିଳି ନ ଥିବାରୁ ସେ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ପିପି ସୁରେନ୍ଦ୍ର ପଣ୍ଡା ଓ ମୁଦାଲାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପ୍ରସାଦ କୁମାର ପଟ୍ଟନାୟକ ଓ ପ୍ରଦୀପ କୁମାର ପାଣିଗ୍ରାହୀ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri