Posted inଜାତୀୟ

୨୫ ବର୍ଷ ପରେ ଆମେଠିରେ ଘଟିବାକୁ ଯାଉଛି ଏମିତି ଘଟଣା..

ଲକ୍ଷ୍ନୌ,୩।୫: ୟୁପିର ଏକ ହାଇପ୍ରୋଫାଇଲ ସିଟ ମଧ୍ୟରୁ ଅନ୍ୟତମ ଆମେଠିକୁ ଗାନ୍ଧୀ ପରିବାରର ପାରମ୍ପରିକ ଆସନ ଭାବରେ ବିବେଚନା କରାଯାଏ। ୧୯୯୯ ପରେ ପ୍ରଥମଥର ପାଇଁ ଏଠାରେ ଗାନ୍ଧୀ ପରିବାର ପକ୍ଷରୁ କୌଣସି ବ୍ୟକ୍ତି ନିର୍ବାଚନ ଲଢିବେ ନାହିଁ। ଶୁକ୍ରବାର ସକାଳେ ପ୍ରକାଶ ପାଇଥିବା ପ୍ରାର୍ଥୀ ତାଲିକାରେ କିଶୋରୀ ଲାଲ ଶର୍ମାଙ୍କୁ ଆମେଠିରୁ ପ୍ରାର୍ଥୀ କରାଯାଇଛି। ଏ ସମ୍ପର୍କରେ ରାଜନୈତିକ ବାତାବରଣ ପୁଣି ଥରେ ବଦଳି ଯାଇଛି। ୧୯୯୯ରେ ସୋନିଆ ଗାନ୍ଧୀ ଆମେଠିରୁ ତାଙ୍କର ପ୍ରଥମ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ପରେ ସୋନିଆ ଗାନ୍ଧୀ ୨୦୦୪ରେ ପୁଅ ପାଇଁ ଏହି ଆସନ ଛାଡିଥିଲେ। ୨୦୦୪, ୨୦୦୯, ୨୦୧୪ରେ ରାହୁଲ ଗାନ୍ଧୀ ନିର୍ବାଚନରେ ଜିତିଥିଲେ କିନ୍ତୁ ସେ ୨୦୧୯ରେ ନିର୍ବାଚନରେ ଭାଜପାର ସ୍ମୃତି ଇରାନୀଙ୍କଠାରୁ ହାରିଯାଇଥିଲେ। ୧୯୯୮ରେ ଗାନ୍ଧୀ ପରିବାରର ନିକଟ କ୍ୟାପଟେନ ସତୀଶ ଶର୍ମା ଏହି ଆସନରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେବେଠାରୁ ଗାନ୍ଧୀ ପରିବାର ପାଇଁ ଏହି ଆସନ କ୍ରମାଗତ ଭାବରେ ସଂରକ୍ଷିତ ହୋଇ ରହିଆସିଛି।
ଏଥର ମଧ୍ୟ କଂଗ୍ରେସ କର୍ମୀମାନେ ରାହୁଲ ଗାନ୍ଧୀଙ୍କୁ ଆମେଠିରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଦାବି ହେଉଥିଲା। ଏଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଲବି କରାଯାଇଥିଲା, କିନ୍ତୁ ଶୁକ୍ରବାର ପ୍ରକାଶ ପାଇଥିବା ତାଲିକାରେ ସୋନିଆ ଗାନ୍ଧୀଙ୍କ ପ୍ରତିନିଧୀ କିଶୋରୀ ଲାଲ ଶର୍ମାଙ୍କ ନାମ ଘୋଷଣା କରାଯାଇଛି।
ଉଲ୍ଲେଖଥାଉ କି, ୧୯୭୬ରେ ଗାନ୍ଧୀ ପରିବାର ଆମେଠିକୁ ଓହ୍ଲାଇଥିଲେ। ସେତେବେଳେ ସଞ୍ଜୟ ଗାନ୍ଧୀ ଏଠାରେ ପହଞ୍ଚି ନିଜର ଶ୍ରମ ଦାନ କରି ରାଜନୈତିକ କ୍ଷେତ୍ର ପ୍ରସ୍ତୁତ କରିଥିଲେ। ତେବେ ୧୯୭୭ରେ ହୋଇଥିବା ପ୍ରଥମ ନିର୍ବାଚନରେ କଂଗ୍ରେସର ସଞ୍ଜୟ ଗାନ୍ଧୀ ନିର୍ବାଚନରେ ହାରି ଯାଇଥିଲେ। ୧୯୮୦ରେ ସେ ନିର୍ବାଚନରେ ଜିତିଥିଲେ କିନ୍ତୁ ସେହି ବର୍ଷ ବିମାନ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହା ପରେ ରାଜୀବ ଗାନ୍ଧୀ ଉପ-ନିର୍ବାଚନରେ ନିଜର ରାଜନୈତିକ ଇନିଂସ ଆରମ୍ଭ କରିଥିଲେ। ଏହା ପରେ ୧୯୮୪, ୧୯୮୯ ଏବଂ ୧୯୯୧ରେ ରାଜୀବ ଗାନ୍ଧୀ କ୍ରମାଗତ ଭାବରେ ଜିତିଥିଲେ। ଏହା ଏକ ଭିନ୍ନ କଥା ଯେ ୧୯୮୪ରେ ରାଜୀବ ଗାନ୍ଧୀ ତାଙ୍କ ସାନଭାଇଙ୍କ ସ୍ତ୍ରୀ ମାନେକା ଗାନ୍ଧୀଙ୍କ ସହ ରାଜନୈତିକ ପ୍ରତିଯୋଗିତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri