Posted inଖେଳ

୨୭ ବର୍ଷ ପରେ ଲଜ୍ଜାଜନର ରେକର୍ଡ କଲା ଭାରତ

କଲମ୍ବୋ,୭।୮: ବ୍ୟାଟ୍ସମ୍ୟାନଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ପରେ ଡୁନିଥ ଭେଲାଲେଜଙ୍କ ନେତୃତ୍ୱରେ ବୋଲରଙ୍କ ଚମତ୍କାର ପ୍ରଦର୍ଶନ ଆଧାରରେ ଶ୍ରୀଲଙ୍କା ତୃତୀୟ ଦିନିକିଆରେ ଭାରତକୁ ୨-୦ରେ ପରାସ୍ତ କରି ସିରିଜ ଜିତିଥିଲା। ୧୯୯୭ ପରଠାରୁ ଏହା ପ୍ରଥମ ଥର ପାଇଁ ଭାରତ ଶ୍ରୀଲଙ୍କା ବିପକ୍ଷରେ ଏକ ଦିନିକିଆ ସିରିଜ ହରାଇଛି। ୧୯୯୭ରେ ଅର୍ଜୁନ ରଣତୁଙ୍ଗାଙ୍କ ଅଧିନାୟକତ୍ୱରେ ଶ୍ରୀଲଙ୍କା ଭାରତକୁ ୩-୦ରେ ପରାସ୍ତ କରିଥିଲା। ସେବେଠାରୁ ଭାରତ କ୍ରମାଗତ ୧୧ଥର ଦିନିକିଆ ସିରିଜ ଜିତିଥିଲା, କିନ୍ତୁ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ଏହି ରେକର୍ଡ ବଜାୟ ରଖିପାରି ନ ଥିଲା ଏବଂ ୨୭ ବର୍ଷ ପରେ ଶ୍ରୀଲଙ୍କାକୁ ଦିନିକିଆ ସିରିଜ ହରାଇବାକୁ ପଡିଲା। ଏହି ଭାରତ ସହିତ ଶ୍ରୀଲଙ୍କା ଗସ୍ତ ଶେଷ ହୋଇଛି। ଏହି ଗସ୍ତରେ ଭାରତ ଟି-୨୦ ସିରିଜକୁ ୩-୦ରେ ଜିତି ନେଇଥିଲା, କିନ୍ତୁ ଭାରତୀୟ ଦଳ ଦିନିକିଆ ସିରିଜରେ ଏହି ଗତି ଜାରି ରଖିପାରି ନାହିଁ।

ଶ୍ରୀଲଙ୍କା ଟସ ଜିତି ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୭ ଉଇକେଟ ପାଇଁ ୨୪୮ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ସମଗ୍ର ଭାରତୀୟ ଦଳ ୨୬.୧ ଓଭରରେ ୧୩୮ ରନ ପାଇଁ ଆଉଟ ହୋଇଥିଲେ। ଶ୍ରୀଲଙ୍କା ପାଇଁ ଅଭିସ୍କା ଫର୍ନାଣ୍ଡୋ ୯ ଚୌକା ଓ ଦୁଇଟି ଛକା ସହାୟତାରେ ୧୦୨ ବଲରେ ୯୬ ରନ ସଂଗ୍ରହ କରିଥିବାବେଳେ କୁସାଲ ମେଣ୍ଡିସ ୫୯ ରନ୍‌ର ଇନିଂସ ଖେଳିଥିଲେ। ବୋଲିଂରେ ସ୍ପିନର ଡୁନିଥ ଭେଲାଲେଜ ଚମତ୍କାର ପ୍ରଦର୍ଶନ କରିଥିଲେ ଏବଂ ୫.୧ ଓଭରରେ ୨୭ ରନ ପାଇଁ ୫ ଉଇକେଟ ନେଇଥିଲେ। ଏଥିସହିତ ମହେଶ ଟିକସିନା ଏବଂ ଜିଓଫ୍ରେ ୱାଣ୍ଡରସେ ପ୍ରତ୍ୟେକ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ଭାରତ ପାଇଁ ଅଧିନାୟକ ରୋହିତ ଶର୍ମା ସର୍ବାଧିକ ୩୫ ରନ ସ୍କୋର କରିଥିବାବେଳେ ୱାଶିଂଟନ ସୁନ୍ଦର ୩୦ ରନ ସ୍କୋର କରିବା ପରେ ଏବଂ ବିରାଟ କୋହଲି ୨୦ ରନ ସ୍କୋର କରିବା ପରେ ଆଉଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?