୩ ଦିନ ପରେ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ଆରମ୍ଭ

ପଟ୍ଟାଙ୍ଗି,୨୦।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାଠାରୁ ୨କିମି ଦୂରରେ ଏକ ଗ୍ୟାସ ଟ୍ୟାଙ୍କର ଦୁର୍ଘଟଣା ଗ୍ରସ୍ତହୋଇ ପଡି ରହିଥିଲା। ଘଟଣାର ୩ ଦିନ ପରେ ଟ୍ୟାଙ୍କରରୁ ୯୭ ପ୍ରତଶତ ଗ୍ୟାସ କାଢିବା ପରେ ମଙ୍ଗଳବାର ସକାଳୁ ରାଜପଥରେ ଗାଡି ଚଳାଚଳ ଆରମ୍ଭ ହୋଇଛି। ମଧ୍ୟାହ୍ନ ୧୨ଟା ପରେ ଭାରି ଯାନ ଚଳାଚଳ ସ୍ବାଭାବିକ ହେବ ବୋଲି ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ଶନିବାର ଭୋରରେ ବିଶାଖାପାଟଣାରୁ ରାୟପୁର ଯାଉଥିବା ଏକ ଗ୍ୟାସ ଟ୍ୟାଙ୍କର ଭାରସାମ୍ୟ ହରାଇ ରାଜପଥରେ ଦୁର୍ଘଟଣା ଗ୍ରସ୍ତହୋଇ ଓଲଟି ପଡିଥିଲା। ଫଳରେ ଟ୍ୟାଙ୍କରରୁ ଗ୍ୟାସ ଲିକ୍‌ ହେବାରୁ ଦୁର୍ଘଟଣାସ୍ଥାନ ଦେଇ ଗାଡ଼ି ଚଳାଚଳ ବନ୍ଦ କରାଯାଇଥିଲା । ରବିବାର ସକାଳୁ କମ୍ପାନୀ କର୍ମଚାରୀ ଗ୍ୟାସ ଖାଲି କରିବାକୁ ଉଦ୍ୟମ ଆରମ୍ଭ କରିଥିଲେ। ହେଲେ ଧୀମା କାର୍ଯ୍ୟ ଯୋଗୁ ଟ୍ୟାଙ୍କରରୁ ଗ୍ୟାସ ଖାଲି କରିବା ବିଳମ୍ବ ହୋଇଥିଲା। ବହୁ କଷ୍ଟରେ ୯୭ ପ୍ରତିଶତ ଗ୍ୟାସ ଟ୍ୟାଙ୍କରରୁ ଖାଳି କରାଯାଇଛି। ଟ୍ୟାଙ୍କରରେ ଏବେ ବି ୩ ପ୍ରତିଶତ ଗ୍ୟାସ ଥିବା ବେଳେ ମଙ୍ଗଳବାର ଭୋରରୁ ଅଗ୍ନିଶମ ବିଭାଗ ଟ୍ୟାଙ୍କର ଉପରେ ପାଣି ମାରି ସମ୍ପୂର୍ଣ୍ଣ ଗ୍ୟାସ ଖାଲି କରିବାକୁ ଉଦ୍ୟମ ଚଳାଇଛି।

ଅନ୍ୟପକ୍ଷେ ଦୁଇ ରାଜ୍ୟ ଛତିଶଗଡ଼-ଆନ୍ଧ୍ର ପ୍ରଦେଶକୁ ଯାତାୟତ କରୁଥିବା ଗାଡ଼ିକୁ ଦୁର୍ଘଟଣା
ସ୍ଥଳଦେଇ ଯିବାକୁ ବାରଣ କରାଯାଇଥିଲା। ଏଭଳି ସ୍ଥିତିରେ ସୋମବାର ନାଲକୋ କମ୍ପାନୀର ଏକ ବସ୍‌କୁ ଦୁର୍ଘଟଣା ସ୍ଥଳଦେଇ ଆନ୍ଧ୍ରପ୍ରଦେଶ ଅଭିମୁଖେ ଛଡାଯାଇଥିବାରୁ ୩ ଦିନ ଧରି ଅଟକି ରହିଥିବା ମାଲବାହୀ ଟ୍ରକ ଡ୍ରାଇଭରଙ୍କ ସମେତ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri