୩ ଦିନ ପରେ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ଆରମ୍ଭ

ପଟ୍ଟାଙ୍ଗି,୨୦।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାଠାରୁ ୨କିମି ଦୂରରେ ଏକ ଗ୍ୟାସ ଟ୍ୟାଙ୍କର ଦୁର୍ଘଟଣା ଗ୍ରସ୍ତହୋଇ ପଡି ରହିଥିଲା। ଘଟଣାର ୩ ଦିନ ପରେ ଟ୍ୟାଙ୍କରରୁ ୯୭ ପ୍ରତଶତ ଗ୍ୟାସ କାଢିବା ପରେ ମଙ୍ଗଳବାର ସକାଳୁ ରାଜପଥରେ ଗାଡି ଚଳାଚଳ ଆରମ୍ଭ ହୋଇଛି। ମଧ୍ୟାହ୍ନ ୧୨ଟା ପରେ ଭାରି ଯାନ ଚଳାଚଳ ସ୍ବାଭାବିକ ହେବ ବୋଲି ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ଶନିବାର ଭୋରରେ ବିଶାଖାପାଟଣାରୁ ରାୟପୁର ଯାଉଥିବା ଏକ ଗ୍ୟାସ ଟ୍ୟାଙ୍କର ଭାରସାମ୍ୟ ହରାଇ ରାଜପଥରେ ଦୁର୍ଘଟଣା ଗ୍ରସ୍ତହୋଇ ଓଲଟି ପଡିଥିଲା। ଫଳରେ ଟ୍ୟାଙ୍କରରୁ ଗ୍ୟାସ ଲିକ୍‌ ହେବାରୁ ଦୁର୍ଘଟଣାସ୍ଥାନ ଦେଇ ଗାଡ଼ି ଚଳାଚଳ ବନ୍ଦ କରାଯାଇଥିଲା । ରବିବାର ସକାଳୁ କମ୍ପାନୀ କର୍ମଚାରୀ ଗ୍ୟାସ ଖାଲି କରିବାକୁ ଉଦ୍ୟମ ଆରମ୍ଭ କରିଥିଲେ। ହେଲେ ଧୀମା କାର୍ଯ୍ୟ ଯୋଗୁ ଟ୍ୟାଙ୍କରରୁ ଗ୍ୟାସ ଖାଲି କରିବା ବିଳମ୍ବ ହୋଇଥିଲା। ବହୁ କଷ୍ଟରେ ୯୭ ପ୍ରତିଶତ ଗ୍ୟାସ ଟ୍ୟାଙ୍କରରୁ ଖାଳି କରାଯାଇଛି। ଟ୍ୟାଙ୍କରରେ ଏବେ ବି ୩ ପ୍ରତିଶତ ଗ୍ୟାସ ଥିବା ବେଳେ ମଙ୍ଗଳବାର ଭୋରରୁ ଅଗ୍ନିଶମ ବିଭାଗ ଟ୍ୟାଙ୍କର ଉପରେ ପାଣି ମାରି ସମ୍ପୂର୍ଣ୍ଣ ଗ୍ୟାସ ଖାଲି କରିବାକୁ ଉଦ୍ୟମ ଚଳାଇଛି।

ଅନ୍ୟପକ୍ଷେ ଦୁଇ ରାଜ୍ୟ ଛତିଶଗଡ଼-ଆନ୍ଧ୍ର ପ୍ରଦେଶକୁ ଯାତାୟତ କରୁଥିବା ଗାଡ଼ିକୁ ଦୁର୍ଘଟଣା
ସ୍ଥଳଦେଇ ଯିବାକୁ ବାରଣ କରାଯାଇଥିଲା। ଏଭଳି ସ୍ଥିତିରେ ସୋମବାର ନାଲକୋ କମ୍ପାନୀର ଏକ ବସ୍‌କୁ ଦୁର୍ଘଟଣା ସ୍ଥଳଦେଇ ଆନ୍ଧ୍ରପ୍ରଦେଶ ଅଭିମୁଖେ ଛଡାଯାଇଥିବାରୁ ୩ ଦିନ ଧରି ଅଟକି ରହିଥିବା ମାଲବାହୀ ଟ୍ରକ ଡ୍ରାଇଭରଙ୍କ ସମେତ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri