୩ ଘଣ୍ଟା ପରେ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ହେଲେ ଗୁରୁତର ରୋଗୀ

କେନ୍ଦୁଝର,୧୭ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆମ୍ବୁଲାନ୍ସ ନ ଥିବାରୁ ରୋଗୀ ସ୍ଥାନାନ୍ତରରେ ବିଳମ୍ବ ହେଉଛି। ଫଳରେ ଅନେକ ସମୟରେ ଅସନ୍ତୋଷ ଦେଖାଦେଉଛି। ଏଭଳି ଜଣେ ରୋଗୀଙ୍କୁ ବିଳମ୍ବରେ ସ୍ଥାନାନ୍ତର କରାଯିବା ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ସ୍ଥାନୀୟ କାଦଗଡ଼ ଗ୍ରାମରେ ମକରମେଳା ଦେଖି ଚାଲିଚାଲି ଫେରୁଥିବା ଜଣେ ବ୍ୟକ୍ତିଙ୍କୁ କୌଣସି ଏକ ଗାଡ଼ି ଧକ୍କା ଦେଇଥିଲା। ପଦ୍ମପୁର ପଞ୍ଚାୟତରେ ରହୁଥିବା ଏକ ଆମ୍ବୁଲାନ୍ସ ତୁରନ୍ତ ଉକ୍ତ ଘଟଣାସ୍ଥଳକୁ ଯାଇ ଉଦ୍ଧାର କରି ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତରଙ୍କ ପ୍ରାଥମିକ ଚିକିତ୍ସା ପରେ ଦେହ ଓ ମୁହଁରୁ ବହୁ ମାତ୍ରାରେ ରକ୍ତସ୍ରାବ ହେଉଥିବାରୁ ତାଙ୍କୁ କେନ୍ଦୁଝର ମୁଖ୍ୟାଳୟ ମେଡିକାଲକୁ ସ୍ଥାନାନ୍ତର କରିବା ପାଇଁ ଆମ୍ବୁଲାନ୍ସରେ ନେବାକୁ କହିଥିଲେ। ମାତ୍ର ଆମ୍ବୁଲାନ୍ସ ଯାଇ ପାରିବ ନାହିଁ କେବଳ ତାଙ୍କର ଆଖପାଖ ଅଞ୍ଚଳର ରୋଗୀଙ୍କୁ ଆଣି ଏହି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିବା ଏ ଆମ୍ବୁଲାନ୍ସର କାର୍ଯ୍ୟ ବୋଲି କହିଥିଲେ। ଏପଟେ ଦୁର୍ଘଟଣା ଶିକାର ହୋଇଥିବା ବ୍ୟକ୍ତି ଜଣକ ଗୁରୁତର ଅବସ୍ଥାରେ ପଡ଼ି ବିକଳ ହୋଇ ଚିତ୍କାର କରୁଥାନ୍ତି। ଖବର ପାଇ ଯୁବ ଓ ଶ୍ରମ ବିକାଶ ମଞ୍ଚ କେନ୍ଦୁଝରଗଡ଼ ସଭାପତି ରଞ୍ଜନ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚି ଜିଲା ମୁଖ୍ୟଚିକିତ୍ସା ଅଧିକାରୀଙ୍କୁ ଫୋନ୍‌ ମାଧ୍ୟମରେ ଅବଗତ କରିଥିଲେ। ତେବେ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାୟୀ ଭାବେ ଆମ୍ବୁଲାନ୍ସ ଦିଆଯିବ। ଯେଉଁ ଆମ୍ବୁଲାନ୍ସ କି କେବଳ ପଦ୍ମପୁର ସ୍ବାସ୍ଥ୍ୟକେନ୍ଦ୍ରରୁ କେନ୍ଦୁଝର ମେଡିକାଲକୁ ସ୍ଥାନାନ୍ତର କେସ୍‌ ହିଁ ନିଆଯିବ ବୋଲି କର୍ତ୍ତୃପକ୍ଷ କହିଥିଲେ। ପ୍ରାୟ ୩ ଘଣ୍ଟା ବେଡ୍‌ରେ ପଡ଼ି ରହିବା ପରେ ୧୦୮ ଆମ୍ବୁଲାନ୍ସ ସହାୟତାରେ କେନ୍ଦୁଝର ବଡ଼ ମେଡିକାଲକୁ ଉକ୍ତ ଦୁର୍ଘଟଣାଗସ୍ତ ଗୁରୁତର ବ୍ୟକ୍ତି ଜଣଙ୍କୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri