୩ ଘଣ୍ଟା ପରେ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ହେଲେ ଗୁରୁତର ରୋଗୀ

କେନ୍ଦୁଝର,୧୭ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆମ୍ବୁଲାନ୍ସ ନ ଥିବାରୁ ରୋଗୀ ସ୍ଥାନାନ୍ତରରେ ବିଳମ୍ବ ହେଉଛି। ଫଳରେ ଅନେକ ସମୟରେ ଅସନ୍ତୋଷ ଦେଖାଦେଉଛି। ଏଭଳି ଜଣେ ରୋଗୀଙ୍କୁ ବିଳମ୍ବରେ ସ୍ଥାନାନ୍ତର କରାଯିବା ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ସ୍ଥାନୀୟ କାଦଗଡ଼ ଗ୍ରାମରେ ମକରମେଳା ଦେଖି ଚାଲିଚାଲି ଫେରୁଥିବା ଜଣେ ବ୍ୟକ୍ତିଙ୍କୁ କୌଣସି ଏକ ଗାଡ଼ି ଧକ୍କା ଦେଇଥିଲା। ପଦ୍ମପୁର ପଞ୍ଚାୟତରେ ରହୁଥିବା ଏକ ଆମ୍ବୁଲାନ୍ସ ତୁରନ୍ତ ଉକ୍ତ ଘଟଣାସ୍ଥଳକୁ ଯାଇ ଉଦ୍ଧାର କରି ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତରଙ୍କ ପ୍ରାଥମିକ ଚିକିତ୍ସା ପରେ ଦେହ ଓ ମୁହଁରୁ ବହୁ ମାତ୍ରାରେ ରକ୍ତସ୍ରାବ ହେଉଥିବାରୁ ତାଙ୍କୁ କେନ୍ଦୁଝର ମୁଖ୍ୟାଳୟ ମେଡିକାଲକୁ ସ୍ଥାନାନ୍ତର କରିବା ପାଇଁ ଆମ୍ବୁଲାନ୍ସରେ ନେବାକୁ କହିଥିଲେ। ମାତ୍ର ଆମ୍ବୁଲାନ୍ସ ଯାଇ ପାରିବ ନାହିଁ କେବଳ ତାଙ୍କର ଆଖପାଖ ଅଞ୍ଚଳର ରୋଗୀଙ୍କୁ ଆଣି ଏହି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିବା ଏ ଆମ୍ବୁଲାନ୍ସର କାର୍ଯ୍ୟ ବୋଲି କହିଥିଲେ। ଏପଟେ ଦୁର୍ଘଟଣା ଶିକାର ହୋଇଥିବା ବ୍ୟକ୍ତି ଜଣକ ଗୁରୁତର ଅବସ୍ଥାରେ ପଡ଼ି ବିକଳ ହୋଇ ଚିତ୍କାର କରୁଥାନ୍ତି। ଖବର ପାଇ ଯୁବ ଓ ଶ୍ରମ ବିକାଶ ମଞ୍ଚ କେନ୍ଦୁଝରଗଡ଼ ସଭାପତି ରଞ୍ଜନ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚି ଜିଲା ମୁଖ୍ୟଚିକିତ୍ସା ଅଧିକାରୀଙ୍କୁ ଫୋନ୍‌ ମାଧ୍ୟମରେ ଅବଗତ କରିଥିଲେ। ତେବେ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାୟୀ ଭାବେ ଆମ୍ବୁଲାନ୍ସ ଦିଆଯିବ। ଯେଉଁ ଆମ୍ବୁଲାନ୍ସ କି କେବଳ ପଦ୍ମପୁର ସ୍ବାସ୍ଥ୍ୟକେନ୍ଦ୍ରରୁ କେନ୍ଦୁଝର ମେଡିକାଲକୁ ସ୍ଥାନାନ୍ତର କେସ୍‌ ହିଁ ନିଆଯିବ ବୋଲି କର୍ତ୍ତୃପକ୍ଷ କହିଥିଲେ। ପ୍ରାୟ ୩ ଘଣ୍ଟା ବେଡ୍‌ରେ ପଡ଼ି ରହିବା ପରେ ୧୦୮ ଆମ୍ବୁଲାନ୍ସ ସହାୟତାରେ କେନ୍ଦୁଝର ବଡ଼ ମେଡିକାଲକୁ ଉକ୍ତ ଦୁର୍ଘଟଣାଗସ୍ତ ଗୁରୁତର ବ୍ୟକ୍ତି ଜଣଙ୍କୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?