୩ ବର୍ଷ ପରେ କର୍ତ୍ତବ୍ୟପଥରେ ଓଡ଼ିଶା ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୧।୧୨(ଶର୍ମିଷ୍ଠା ପାଣିଗ୍ରାହୀ)ତିନିବର୍ଷ ଧରି ନିରାଶ ହେବା ପରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢକୁ ଦିଲ୍ଲୀ ଦରବାରରେ ଦେଖିବାକୁ ମିଳିବ। ସାରା ବିଶ୍ବ ଦେଖିବ ଓଡ଼ିଶା କଳାସଂସ୍କୃତିର ଝଲକ ଓ ମହାନ୍‌ ପରମ୍ପରାର ଐତିହ୍ୟ। ଶୁକ୍ରବାର ଦିଲ୍ଲୀଠାରେ ଅନୁଷ୍ଠିତ ୪ର୍ଥ ବୈଠକରୁ ଏଭଳି ସୂଚନା ମିଳିଛି। ଆସନ୍ତା ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ କର୍ତ୍ତବ୍ୟ ପଥରେ ହେବାକୁ ଥିବା ଜାତୀୟ ପରେଡ଼ରେ ଓଡ଼ିଶାର ମେଢ ସ୍ଥାନ ପାଇଛି। ତେବେ ବିକଶିତ ଭାରତ ଥିମ୍‌କୁ ନେଇ ଓଡ଼ିଶା ପକ୍ଷରୁ ୪ଟି ଡିଜାଇନ ଦିଆଯାଇଥିଲା। ଏଥିରେ ରଘୁରାଜପୁର ଗ୍ରାମର ଡିଜାଇନକୁ କେନ୍ଦ୍ର ମୋହର ମାରିଛି। ଏହାସହିତ ସମ୍ବଲପୁରୀ ନୃତ୍ୟକୁ ମଧ୍ୟ ଏଥିରେ ପରିବେଷଣ କରାଯିବ। ରଘୁରାଜପୁରର ଶିଳ୍ପୀମାନେ କିପରି ଅନାବଶ୍ୟକ ସାମଗ୍ରୀରୁ ବିଭିନ୍ନ କଳାକୃତି ପ୍ରସ୍ତୁତ କରି ବିକଶିତ ହୋଇଛନ୍ତି ଏବଂ ରଘୁରାଜପୁରର ଏହି କଳା କିଭଳି ବିକଶିତ ହୋଇ ସାରା ବିଶ୍ବରେ ଆଦୃତ ହୋଇପାରିଛି ତାହା ଏଥିରେ ଦର୍ଶାଯାଇଛି। ଶିଳ୍ପୀ ଗୁରୁ ଗଜେନ୍ଦ୍ର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହାକୁ ପ୍ରସ୍ତୁତ କରିବେ ଶିଳ୍ପୀ କୀର୍ତ୍ତି କିଶୋର ମହାରଣା। ତେବେ ମେଢର ସମ୍ମୁଖ ଭାଗରେ କନ୍ଦର୍ପ ହାତୀର ପ୍ରତିକୃତି ରହିବା ସହିତ ପଛଭାଗରେ ରଘୁରାଜପୁର ଗାଁରେ କିଭଳି ନାରୀଶକ୍ତି କଳା ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି ତାହା ସ୍ଥାନ ପାଇବ। ମେଢ ସହିତ ସମ୍ବଲପୁରୀ ନୃତ୍ୟସଙ୍ଗୀତ ରହିବ। ଏଥିପାଇଁ ସମ୍ବଲପୁର ଟ୍ରାଇବାଲ ଆଣ୍ଡ୍‌ ଫୋକ୍‌ ଆର୍ଟ ଗ୍ରୁପ ମନୋନୀତ ହୋଇଛି। ଗୁରୁ ଆଲୋକ କୁମାର ପଣ୍ଡାଙ୍କ ତତ୍ତ୍ୱାବଧାନରେ ୧୦ଜଣ ଛାତ୍ରୀ ସେଠାରେ ନୃତ୍ୟ ପରିବେଷଣ କରିବେ। ୨୦୨୦ରେ ଶେଷଥର ପାଇଁ ପ୍ରଜ୍ଞାପନ ମେଢ଼ ଗଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …

ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ…

ଥ୍ରୀ-ଲାଙ୍ଗୁଏଜ୍ ପଲିସି ଉପରେ CBSEର ବଡ଼ ନିଷ୍ପତ୍ତି! ତୃତୀୟ ଭାଷାରେ ଦେବାକୁ ପଡ଼ିବନି…

ନୂଆଦିଲ୍ଲୀ,୨୯।୬: CBSEର ଥ୍ରୀ-ଲାଙ୍ଗୁଏଜ ପଲିସି ସମ୍ପର୍କରେ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକମାନଙ୍କର ଅନେକ ପ୍ରଶ୍ନ ଥିଲା, ଯାହାକୁ ବୋର୍ଡ ଏବେ ସମାଧାନ କରିଛି। ବୋର୍ଡ କହିଛି ଯେ…

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …

ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri