ଶିଳାନ୍ୟାସକୁ ୩ ବର୍ଷ ବିତିଲା, ଫଳକରେ ଅଟକିଛି ପ୍ରକଳ୍ପ

ପଟ୍ଟାମୁଣ୍ଡାଇ, ୩୧ା୮ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌର ପରିଷଦ ବୁଧବାର ସ୍ବାୟତ୍ତ ଶାସନ ଦିବସ ପାଳିବ। ଏହି ଦିବସକୁ ଦୃଷ୍ଟିରେ ରଖି ବିଧାୟକ, ପ୍ରଶାସନିକ ଅଧିକାରୀ ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏ ନେଇ ପୌର ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ହେଲେ ୩ବର୍ଷ ତଳେ ଶିଳାନ୍ୟାସ ହୋଇଥିବା ପ୍ରକଳ୍ପଗୁଡିକର କାର୍ଯ୍ୟ ହୋଇନାହିଁ। ବିଭିନ୍ନ ସ୍ଥାନରେ କେବଳ ଫଳକଗୁଡିକ ଶୋଭା ମଣ୍ଡନ କରୁଛି। ଏହାକୁ ନେଇ ପୌରାଞ୍ଚଳର ଅଧିବାସୀ କହିଛନ୍ତି, କାମ ହେବାର ନଁା ଗନ୍ଧ ନାହିଁ କି କେହି ଲୋକ ଉପକୃତ ହେଉନାହାନ୍ତି। ଏହାକୁ ବୁଦ୍ଧିଜୀବୀମାନେ ନାପସନ୍ଦ କରିଛନ୍ତି।
ସାମାଜିକ କର୍ମୀ ବିଜୟ କେତନ ସ୍ବାଇଁ କହିଛନ୍ତି, ପଟ୍ଟାମୁଣ୍ଡାଇ ପୌରପରିଷଦ ବୁଧବାର ସ୍ବାୟତ୍ତ ଶାସନ ଦିବସ ପାଳିବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ହେବ। ପରବର୍ତ୍ତୀ ସମୟରେ ଶିଳାନ୍ୟାସ କେଉଁଠି ଫଳକରେ ଦୀର୍ଘବର୍ଷ ହେବ ଝୁଲି ରହିବ ତ ଆଉ କେଉଁଠି ଅଧାପନ୍ତରିଆ ଭାବେ କାମ ପରିଷଦର ନାଲିଫିତା ତଳେ ଚାପି ହୋଇ ରହିଯିବ। ପରିତାପର ବିଷୟ, ୨୦୧୯ରେ ପଟ୍ଟାମୁଣ୍ଡାଇ ପୌରପରିଷଦରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରାଯାଇଥିଲା। ଯେଉଁସବୁ ପ୍ରକଳ୍ପର ଶିଳାନ୍ୟାସ କରାଯାଇ ସହରବାସୀଙ୍କୁ ପୌର ପରିଷଦ ସ୍ବପ୍ନ ଦେଖାଇଥିଲା, ସେଥିମଧ୍ୟରୁ ଅନେକ ପ୍ରକଳ୍ପ କେବଳ ଫଳକ ପୋତାରେ ରହିଯାଇଛି। ଯେଉଁ ହାତଗଣତି କେତୋଟି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି, ସେସବୁ ବ୍ୟବହାର ଉପଯୋଗୀ ହୋଇନାହିଁ। ତେଣୁ ସ୍ବାୟତ୍ତ ଶାସନ ଦିବସ ପାଳନକୁ ନେଇ ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ଲୋକଙ୍କ ଆଗ୍ରହ ନାହିଁ ବୋଲି ଚର୍ଚ୍ଚା ହେଉଛି। ସେହିଭଳି ସାମାଜିକ କର୍ମୀ ସଞ୍ଜୟ ପଣ୍ଡା କୁହନ୍ତି, ୨୦୧୯ ସ୍ବାୟତ୍ତ ଶାସନ ଦିବସ ଅବସରରେ ୭୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କଚେରି ପୋଖରୀ ପୁନରୁଦ୍ଧାର କାର୍ଯ୍ୟର ଶୁଭ ଦିଆଯାଇଥିବାବେଳେ ତାହାର ଅଗ୍ରଗତି ହେଉନାହିଁ। ପଟ୍ଟାମୁଣ୍ଡାଇ ସହରର ଉଠାଦୋକାନୀମାନଙ୍କୁ ଉପଯୁକ୍ତ ଥଇଥାନ କରିବାକୁ ୧ କୋଟି ୨୦ ଲକ୍ଷ ଟଙ୍କା ବ୍ୟୟରେ ମହାବୀର ବଜାରଠାରେ ଭେଣ୍ଡିଂ ଜୋନର ଶୁଭ ପଡିଥିଲା। ସେହିପରି ପୌରାଞ୍ଚଳର ଲୋକମାନଙ୍କୁ ଅତ୍ୟାଧୁନିକ ସେବା ଯୋଗାଇ ଦେବାକୁ ୧ କୋଟି ଟଙ୍କା ବ୍ୟୟରେ ବାଲିପଡାଠାରେ ସ୍ମାର୍ଟ ଶ୍ମଶାନ ଗୃହର ଶିଳାନ୍ୟାସ କରାଯାଇଥିଲା। ସେହିପରି ୧ କୋଟି ଟଙ୍କା ବ୍ୟୟରେ ମଲ୍ଟି ଷ୍ଟୋରେଡ ମାର୍କେଟ କମ୍ପ୍ଲେକ୍ସ ଓ ଯଜ୍ଞ ପଡିଆର ଉନ୍ନତୀକରଣ କାର୍ଯ୍ୟର ଶୁଭ ଦିଆଯାଇଥିଲା। ଭିତ୍ତିପ୍ରସ୍ତର ଫଳକରେ ବିଧାୟକଙ୍କ ସମେତ ଅନ୍ୟ ବ୍ୟକ୍ତି ବିଶେଷଙ୍କ ନାମ ଥିଲା। ଦୋକାନୀମାନେ ଉପକୃତ ହେବା ଲାଗି ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ପଡ଼ିଥିଲା। କିନ୍ତୁ ୩ ବର୍ଷ ପରେ ଉକ୍ତ ଫଳକ ଭାଙ୍ଗିରୁଜି ଗଲାଣି ପଛେ ଇଟା ଖଣ୍ଡେ ପଡ଼ିପାରିଲା ନାହିଁ। ଯଜ୍ଞ ପଡିଆ ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ ହୋଇ ପଡିରହିଛି। ପ୍ରତିବର୍ଷ ସ୍ବାୟତ୍ତ ଶାସନ ଦିବସ ଆସୁଛି ଓ ବ୍ୟବସାୟୀମାନେ ଏହି ପ୍ରକଳ୍ପ କଥା ମନେ ପକାଉଛନ୍ତି ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ପୌରନିର୍ବାହୀ ଅଧିକାରୀ ସମ୍ପଦ କୁମାର ସ୍ବାଇଁଙ୍କୁ ପଚାରିବାରେ ୨ବର୍ଷ କାଳ କରୋନା ଲାଗି କାମ ବିଳମ୍ବ ହୋଇଥିଲା। ଯେଉଁ ପ୍ରକଳ୍ପଗୁଡିକର ଶିଳାନ୍ୟାସ କରାଯାଇଥିଲା ସେଗୁଡିକ ଖୁବ୍‌ଶୀଘ୍ର କାମ ଶେଷ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?