୩୯ବର୍ଷ ପରେ ଦ୍ୱିତୀୟ ଅଣ ଓଡ଼ିଆ ଅଫିସର ନେଲେ ରାଜ୍ୟରେ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨୮।୬: ରାଜ୍ୟର ମୁଖ୍ୟ ଶାସନ ସଚିବ ପଦକୁ ନେଇ ବିଭିନ୍ନ କଳ୍ପନା ଜଳ୍ପନାରେ ପଡିଛି ପୂର୍ଣ୍ଣଚ୍ଛେଦ। ଏବେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ହୋଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ମନୋଜ ଆହୁଜା। ଦୀର୍ଘ ୩୯ ବର୍ଷ ପରେ ଜଣେ ଅଣ ଓଡ଼ିଆ ଆଇଏଏସ ଅଫିସର ରାଜ୍ୟର ମୁଖ୍ୟ ଶାସନ ସଚିବ ହେବାକୁ ଯାଉଛନ୍ତି। ମୋହନ ମାଝିଙ୍କ ନୂଆ ସରକାରରେ ଆହୁଜାଙ୍କୁ ଏହି ଗୁରୁ ଦାୟିତ୍ୱ ମିଳିଛିି।

ଗତ ୪ ଦଶନ୍ଧି ଧରି ଏହି ପଦରେ ସର୍ବଦା ଓଡ଼ିଆ ପ୍ରଶାସନିକ ଅଧିକାରୀ ରହି ଆସିଥିଲେ। କିନ୍ତୁ ମୋହନ ମାଝିଙ୍କ ନବ ନିର୍ବାଚିତ ସରକାରରେ ଏହାର ବ୍ୟତିକ୍ରମ ଘଟିଛି। ଅଣ ଓଡ଼ିଆ ଆଇଏଏସ ଅଫିସର ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ପଦରେ ନିଯୁକ୍ତି କରାଯାଇଛି। ଆହୁଜାଙ୍କ ପୂର୍ବରୁ୧୯୮୩ ଏପ୍ରିଲରୁ ୧୯୮୫ ଡିସେମ୍ବର ପର୍ଯ୍ୟନ୍ତ ଜ୍ଞାନ ଚନ୍ଦ ଓଡ଼ିଶାର ମୁଖ୍ୟ ସଚିବ ରହିଥିଲେ । ସେ ପୂର୍ବତ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସମୟରେ ମୁଖ୍ୟ ଶାସନ ସଚିବ ଥିଲେ। ତେବେ ଦ୍ୱିତୀୟ ଅଣ ଓଡ଼ିଆ ମୁଖ୍ୟ ଶାସନ ସଚିବ ଭାବେ ଆହୁଜାଙ୍କୁ ଦାୟିତ୍ୱ ମିଳିଛି।

୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡରର ଆଇଏଏସ ମନୋଜ ଆହୁଜା ଓଡ଼ିଶା ସରକାରରେ ଇସ୍ପାତ ଓ ଖଣି ସଚିବ ତଥା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସଚିବ ଭାବେ କାର୍ଯ୍ୟ କରିଛନ୍ତି। ଆହୁଜା ଜଣେ କ୍ରୀଡା ପ୍ରେମୀ ଅଟନ୍ତି। ସେ ଦୁଃସାହସିକ କ୍ରୀଡାରେ ଭାଗ ନେବାକୁ ପସନ୍ଦ କରନ୍ତି। ତାଙ୍କ ସ୍ତ୍ରୀ ହେଉଛନ୍ତି ଆରତି ଆହୁଜା, ଯିଏ ୧୯୯୦ ବ୍ୟାଚର ଆଇଏଏସ ଅଧିକାରୀ। ସେ ମଧ୍ୟ ମଧ୍ୟ ଓଡ଼ିଶା କ୍ୟାଡରର ଆଇଏଏସ ଅଫିସର ରହିଛନ୍ତି।
ଚଳିତ ବର୍ଷ ଆରମ୍ଭରେ ସେ ଶ୍ରମ ଓ ରୋଜଗାର ସଚିବ ପଦରୁ ଅବସର ନେଇଛନ୍ତି। ଟେକ୍ନୋକ୍ରାଟରୁ ପ୍ରଶାସନିକ ଅଧିକରୀ ହୋଇଥିବା ଆହୁଜା କେନ୍ଦ୍ର ସରକାର ଓ ରାଜ୍ୟ ସରକାରରେ ଅନେକ ଗୁରତ୍ୱପୂର୍ଣ୍ଣ ପଦରେ କାମ କରିଛନ୍ତି। ସେ କେନ୍ଦ୍ରରେ କୃଷି ମନ୍ତ୍ରଣାଳୟର ସଚିବ ଥିଲେ।

ସୂଚନାଥାଉ କି, ଆହୁଜା କେନ୍ଦ୍ରୀୟ ଡେପୁଟେଶନରେ ଥିଲେ । ତାଙ୍କୁ ଓଡିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ । ସେ ଓଡିଶାର ମୁଖ୍ୟ ଶାସନ ସଚିବ ହେଲେ ତାଙ୍କ କାର୍ଯ୍ୟ କାଳ ଛଅ ମାସ ରହିପାରେ। କାରଣ ଆହୁଜା ଆସନ୍ତା ଡିସେମ୍ବରରେ ଅବସର ନେବାକୁ ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri