ପାକିସ୍ତାନରେ କିନ୍ନରଙ୍କୁ ପୁଣି ମିଳିଲା ପରିଚୟ ପତ୍ର, ରୋକ ଲଗାଇଥିଲେ ଶରିୟା କୋର୍ଟ

ଇସଲାମବାଦ,୨୬।୯:ପାକିସ୍ତାନର ଶରିଆ ଅଦାଲତର ବିବାସସ୍ପଦ ଶୁଣାଣିର ୪ମାସ ପରେ ପାକିସ୍ତାନ ଅଧକାରୀ କିନ୍ନରଙ୍କୁ ପରିଚୟ ପତ୍ର ପ୍ରଦାନ କରିବା ପୁଣି ଆରମ୍ଭ କରିଛନ୍ତି। ଅଧିକାରୀ ଓ କାର୍ଯ୍ୟକତ୍ତା ଏସମ୍ପର୍କରେ ମଙ୍ଗଳବାର ସୂଚନା ଦେଇଛନ୍ତି। ମେ ମାସରେ ଶରିୟା କୋର୍ଟରେ କରାଯାଇଥିବା ଶୁଣାଣିରେ ରାଷ୍ଟ୍ରୀୟ ଡାଟାବେସ ଓ ପଞ୍ଜିକରଣ(ଏନଏଡିଆରଏ) କିନ୍ନରଙ୍କୁ ପରିଚୟ ପତ୍ର ଦେବା ବନ୍ଦ କରି ଦେଇଥିଲେ। ଶୁଣାଣିରେ କୋର୍ଟ କହିଥିଲେ, କିନ୍ନରମାନେ ନିଜ ଇଛାରେ ନିଜର ଲିଙ୍ଗ ପରିବର୍ତ୍ତନ କରିପାରିବେ ନାହିଁ ଓ ସମସ୍ତଙ୍କୁ ସମାନ ଅଧିକାର ଦେବା ଇସଲାମ ଧର୍ମର ବିରୋଧ ଅଟେ।

କୋର୍ଟ କହିଛନ୍ତ, ଅଧିକାରୀ କିନ୍ନରଙ୍କୁ ‘ଏକ୍ସ’ ନାମକ ପରିଚୟ ପତ୍ର ପ୍ରଦାନ ବନ୍ଦ କରିବା ଉଚିତ। ପାକିସ୍ତାନରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା, ଡ୍ରାଇଭିଂ ଲାଇସେନ୍ସ, ଚିକିତ୍ସା ସେବା ଏବଂ ଅନ୍ୟାନ୍ୟ ଦୈନନ୍ଦିନ ସେବା ପାଇବା ପାଇଁ ପରିଚୟ ପତ୍ର ଆବଶ୍ୟକ। ମାନବିକ ଅଧିକାର କର୍ମୀମାନେ ଅଦାଲତର ଏହି ନିଷ୍ପତ୍ତି ବିରୋଧରେ ଏକ ଆବେଦନ କରିଥିଲେ।

ଏନଏଡିଆରଏ ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି ଯେ, ସେମାନେ ନିନ୍ନରଙ୍କୁ ପରିଚୟ ପତ୍ର ପ୍ରଦାନ ଆରମ୍ଭ କରିଛନ୍ତି। ଶରିୟା କୋର୍ଟର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯାଇଛି, ତେଣୁ ପରିଚୟ ପତ୍ର ପ୍ରଦାନ କରିବାରେ କୌଣସି ପ୍ରତିବନ୍ଧକ ନାହିଁ ବୋଲି ଅଧିକାରୀ କହିଛନ୍ତି। ପାକିସ୍ତାନୀ ନିୟମ ଅନୁଯାୟୀ, କୌଣସି ଅପିଲ କିମ୍ବା ସମୀକ୍ଷା ଆବେଦନ ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନ ହେବା ପର୍ଯ୍ୟନ୍ତ ପୂର୍ବରୁ ଦିଆଯାଇଥିବା କୋର୍ଟର ନିଷ୍ପତ୍ତି ପ୍ରଭାବଶାଳୀ ବୋଲି ବିବେଚନା କରାଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri