୪ ମାସ ପରେ ଥାନାରେ ଆତ୍ମସମର୍ପଣ କଲେ ଶୁଚିସ୍ମିତା

ଭବାନୀପାଟଣା,୨୨।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବିଇଓ ଅଫିସର ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆର ଲକ୍ଷାଧିକ ଟଙ୍କା ହଡ଼ପ କରି ଦୀର୍ଘ ୪ ମାସରୁ ଊର୍ଦ୍ଧ୍ୱ ହେବ ଫେରାର ଥିଲେ। ମଙ୍ଗଳବାର ମଧ୍ୟାହ୍ନରେ ଭବାନୀପାଟଣା ଟାଉନ ଥାନାକୁ ହଠାତ ଆସି ସେ ଆତ୍ମସମର୍ପଣ କରିଥିବା ଜଣାପଡିଛି। ଏହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ସ୍ଥାନୀୟ ଏସ୍‌ଡିଜେଏମ୍‌ ଶୁଚିସ୍ମିତାଙ୍କୁ ରିମାଣ୍ଡରେ ନେଇ ପରେ ବିଚାର ବିଭାଗୀୟ ହାଜତକୁ ପଠାଇଥିବା ପୋଲିସଠାରୁ ସୂଚନା ମିଳିଛି।
ଭବାନୀପାଟଣା ବିଇଓ ଅଫିସର ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆର ୩୯ ଲକ୍ଷରୁ ଅଧିକ ଟଙ୍କା ନିଜର ବ୍ୟକ୍ତିଗତ ଆକାଉଣ୍ଟକୁ ଟ୍ରାନ୍ସଫର କରି ଟଙ୍କା ହଡ଼ପ କରିଥିଲେ। ଏକ୍ସକ୍ୟାଡରମାନଙ୍କ ଦରମା ଓ ଶିକ୍ଷକଙ୍କ ବିଭିନ୍ନ ଅନୁଦାନ ହଡ଼ପ କରିଥିଲେ। ଭବାନୀପାଟଣା ବିଇଓ ଠାକୁର ଚରଣ ସାହୁ ଏ ନେଇ ଭବାନୀପାଟଣା ଟାଉନ ଥାନାରେ ଅଭିଯାଗ କରିଥିଲେ। ଥାନାରେ ମାମଲା ରୁଜୁ ହେବା ପୂର୍ବରୁ ଶୁଚିସ୍ମିତା ସୁଆର ଫେରାର ହୋଇଥିଲେ। ଏହି ଘଟଣାରେ ପୋଲିସ ପୂର୍ବରୁ ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ତଦନ୍ତ ସମୟରେ ଶୁଚିସ୍ମିତା ଆକ୍ସିସ ବ୍ୟାଙ୍କରୁ ନିଜ ବ୍ୟକ୍ତିଗତ ଆକାଉଣ୍ଟକୁ ୨ କୋଟି ଟଙ୍କା ଟ୍ରାନ୍ସଫର ହୋଇଥିବା ଜଣାପଡ଼ିଛି। ଏପରିକି ଭିଜିଲାନ୍ସ ବିଭାଗ ମଧ୍ୟ ଏହି ଘଟଣା ନେଇ ନିଜଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ସମୟରେ ଶୁଚିସ୍ମିତାଙ୍କ ଅନେକ ସ୍ଥାନରେ ଥିବା ପ୍ଲଟ, କୋଠା, କାଗଜ ପତ୍ର ଆଦି ବାହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri