୪ ବର୍ଷ ପରେ ଆସିଲା ରାୟ: ଦୋଷୀଙ୍କୁ ମିଳିଲା ୧୦ ବର୍ଷ ଜେଲ୍‌ଦଣ୍ଡ

ରାଉରକେଲା,୧୬।୧୧(ସଙ୍ଗୀତା ଜେନା): ୨୦୨୧ ଡିସେମ୍ବର ୨୧ତାରିଖରେ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ସେକ୍ଟର-୨୧ ସ’ ମିଲ୍‌ ଛକରେ ୨ଜଣ ଯୁବତୀଙ୍କୁ ଅଶାଳୀନ ଭାଷାରେ କମେଣ୍ଟମରାକୁ ବିରୋଧ କରିବାରୁ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଅଭିଯୁକ୍ତଙ୍କୁ ଦ୍ୱିତୀୟ ଶ୍ରେଣୀ ଏଡିଜେ ଗୁରୁବାର ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।

ସୂଚନାଯୋଗ୍ୟ, ଘଟଣା ଦିନ ସ’ ମିଲ୍‌ ଛକରେ ୨ ଜଣ ଯୁବତୀ ବସିଥିଲେ। ସେଠାରେ ମହେନ୍ଦ୍ର ଜେନା ନାମକ ଯୁବକ ଆସି ଉଭୟ ଯୁବତୀଙ୍କୁ ଅଶାଳୀନ ଭାଷାରେ ଗାଳିଗୁଲଜ କରିଥିଲେ। ଏହାକୁ ନିକଟରେ ଥିବା ପିଣ୍ଟୁ ଶର୍ମା ନାମ ଯୁବକ ବିରୋଧ କରିବାରୁ ମହେନ୍ଦ୍ର ଉତ୍ତ୍ୟକ୍ତ ହୋଇ ଏକ ଛୁରିରେ ପିଣ୍ଟୁଙ୍କ ଗଳା ଓ ବେକକୁ ଭୂସି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ପିଣ୍ଟୁଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ପୋଲିସ ମହେନ୍ଦ୍ରଙ୍କୁ ଗିରଫ କରିଥିଲା। ଘଟଣାର ତଦନ୍ତ ଯାଞ୍ଚ ଅଧିକାରୀ ସନ୍ତୋଷ ଜେନା କରୁଥିଲେ। ଅଦାଲତରେ ୧୨ ଜଣଙ୍କ ସାକ୍ଷ୍ୟ ଆଧାରରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ସରକାରଙ୍କ ପକ୍ଷରୁ ଆଇନଜୀବୀ କୈଳାସ ପ୍ରଧାନ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?