Posted inଜାତୀୟ

ସମୁଦୁଣୀଙ୍କ ପାଇଁ ବିବାହର ୪୦ ବର୍ଷ ପରେ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଲେ ଏହି ବ୍ୟକ୍ତି, ଜାଣନ୍ତୁ କାହିଁକି

କୁହାଯାଏ, ପ୍ରେମରେ ବୟସ ଦେଖାଯାଏନି। ଠିକ୍‌ ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଝାଡ଼ଖଣ୍ଡର ଗଢ଼ଓ୍ବା ଜିଲାରେ। ଯେଉଁଠାରେ ଜଣେ ବ୍ୟକ୍ତି ନିଜ ସମୁଦୁଣୀଙ୍କୁ ପ୍ରେମ କରି ବିବାହର ୪୦ ବର୍ଷ ପରେ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଛନ୍ତି।
ଅନ୍ୟପକ୍ଷରେ ଗଢ଼ଓ୍ବା ଜିଲା ସଦର ଥାନାରେ ପହଞ୍ଚି ସ୍ତ୍ରୀ ଜଣକ ନ୍ୟାୟ ଭିକ୍ଷା କରିଛନ୍ତି। ଯେଉଁ ଦେଶରେ ତିନ୍‌ ତଲାକ୍‌ ଆଇନ୍‌ ବ୍ୟାନ୍‌ ହୋଇସାରିଛି। ସେଠାରେ ଆଜି ବି ଲୋକ ନିୟମ ଅମାନ୍ୟ କରୁଛନ୍ତି। ଯାହା ସମସ୍ତଙ୍କୁ ଚକିତ କରିଛି।
ଏହି ଘଟଣା ମେରାଲ ଥାନା ଅନ୍ତର୍ଗତ ଟିକୁଲହିଡାର ଗାଁର। ଏଠାକାର ୫୫ ବର୍ଷୀୟ ଅବଦୁଲ୍‌ ଶେଖ୍‌ଶାହ ନିଜ ମଝିଆଁ ପୁଅଙ୍କ ଶାଶୁ ଅର୍ଥାତ୍‌ ସମୁଦୁଣୀଙ୍କୁ ହୃଦୟ ଦେଇଦେଲେ। ଅବଦୁଲ୍‌ଙ୍କ ସ୍ତ୍ରୀ ଏହାକୁ ବିରୋଧ କରିବାରୁ ରାଗି କି ଅବଦୁଲ୍‌ ତିନ୍‌ ତଲାକ୍‌ କହିଦେଲେ। ଏହାକୁ ନେଇ ପରିବାରରେ ହଟଚମଟ ସୃଷ୍ଟି ହୋଇଥିଲା। ଅବଦୁଲ୍‌ ସ୍ତ୍ରୀଙ୍କ ସହ ପୂରା ପରିବାରକୁ ଘରୁ ବାହାରକୁ ବାହାର କରିଦେଲେ। ଏଥିସହିତ ଘରେ ଥିବା ସମସ୍ତ ସୁନାଗହଣା, ଅନ୍ୟାନ୍ୟ ସାମଗ୍ରୀ ଧରି ପ୍ରେମିକା ତଥା ସମୁଦୁଣୀଙ୍କ ନିକଟରେ ପହଞ୍ଚିଗଲେ। ଏହି ଘଟଣା ପରେ ପୂରା ପରିବାର ମହିଳା ଥାନାରେ ପହଞ୍ଚିଛନ୍ତି। ପୀଡ଼ିତା ବୃଦ୍ଧା ଜଣକ ସ୍ବାମୀଙ୍କ ବିରୋଧରେ ଏଫ୍‌ଆଇଆର ଦାୟର କରି ନ୍ୟାୟ ଭିକ୍ଷା ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ନବରାତ୍ରୀ ଆରମ୍ଭରୁ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରଚୁର ଧନବର୍ଷା ସହ ଘରକୁ ଆସିବ ଖୁସି ଖବର

ଶାରଦୀୟ ନବରାତ୍ରୀର ପବିତ୍ର ପର୍ୱ ୧୧ ଅକ୍ଟୋବର, ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀର ପ୍ରଥମ ଦିନରେ ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ କଳସ ସ୍ଥାପନ କରାଯାଏ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?